Latest Odisha News

୨୯ ରେ ପୁଣି ଏକ ଲଘୁଚାପ, ଆଜି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା

ଭୁବନେଶ୍ବର: ଗାଙ୍ଗେୟ ପଶ୍ଚିମବଙ୍ଗରେ ଗୋଟିଏ ଲଘୁଚାପ ସକ୍ରିୟ ଥିବାବେଳେ ୨୯ ତାରିଖ ବେଳକୁ ଆଉ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ମଙ୍ଗଳବାର ଉତ୍ତର ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ୨୯ ତାରିଖରୁ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ୩୦ତାରିଖରୁ ବର୍ଷା ପରିମାଣ ବୃଦ୍ଧି ପାଇବ।

ସମ୍ଭାବ୍ୟ ଲଘୁଚାପ ପୂର୍ବ-କେନ୍ଦ୍ରୀୟ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇପାରେ। ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ୩୦ରେ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ହୋଇପାରେ।

ଆସନ୍ତା ୨୪ଘଣ୍ଟାରେ ମୟୂରଭଞ୍ଜ, କେନ୍ଦୁଝର, ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର ଏବଂ ଦେବଗଡ ଜିଲାର ଅନେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉକ୍ତ ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Comments are closed.