Latest Odisha News

ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ ! ଆଜି ପାଇଁ ୧୯ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ବର: ଆଜିଠୁ ରାଜ୍ୟରେ ପୁଣି ବଡ଼ ବର୍ଷା ସମ୍ଭାବନା । ଆସନ୍ତାକାଲି ଉତ୍ତର ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଯାହାର ପ୍ରଭାବରେ ଆଜିଠାରୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ପୂର୍ବାନୁମାନ କରିଛି  ପାଣିପାଗ ବିଭାଗ । ଆଜି ପାଇଁ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି  ।  କାଲିଠାରୁ ବର୍ଷାର ପରିମାଣ ବଢିବ  । ଆସନ୍ତାକାଲି ପ୍ରବଳ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ  । ୧୩ ତାରିଖରେ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି  ।  ୧୪ ତାରିଖ ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଲାଗି ଅରେଞ୍ଜ ଆଲର୍ଟ ଜାରି କରିଛି ଆଇଏମଡି ।

ଚଳିତ ବର୍ଷ ରାଜ୍ୟରେ ଏଯାଏଁ ୮୯୦ ମିମି ବର୍ଷା ରେକର୍ଡ ହୋଇଛି। ସ୍ବାଭାବିକ ବୃଷ୍ଟିପାତ ତୁଳନାରେ ୧୨ ପ୍ରତିଶତ କମ୍  ରହିଛି ।  ୯ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଥିବା ବେଳେ ୨୧ଟି ଜିଲ୍ଲାରେ ସ୍ବଭାବିକ ବର୍ଷା ରେକର୍ଡ ହୋଇଛି। ଅଗଷ୍ଟରେ ରାଜ୍ୟରେ ବର୍ଷା ପରିମାଣ କମିଥିଲା । ସେପ୍ଟେମ୍ବର ପ୍ରଥମ ସପ୍ତାହରେ ଘୂର୍ଣ୍ଣିବଳୟ ଓ ଲଘୁଚାପ ପ୍ରଭାବରେ ବର୍ଷା ରାଜ୍ୟରେ ନିଅଣ୍ଟିଆ ସାମାନ୍ୟ ଭରଣା ହୋଇଥିବା ସୂଚନା ମିଳିଛି ।

Leave A Reply

Your email address will not be published.