Latest Odisha News

BREAKING NEWS

ମୁଖ୍ୟମନ୍ତ୍ରୀଙ୍କ ଆଜିର ବାତ୍ୟାଞ୍ଚଳ ଗସ୍ତ କାର୍ଯ୍ୟକ୍ରମ ସ୍ଥଗିତ

ଭୁବନେଶ୍ବର: ଆଜି ବାତ୍ୟାଞ୍ଚଳ ଗସ୍ତ କରି ସ୍ଥିତିର ସମୀକ୍ଷା କରିଥାନ୍ତେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଉ ଏହି ସମୟରେ ତାଙ୍କ ସହ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମନ୍ତ୍ରୀ ସୁରେଶ ପୂଜାରୀ ମଧ୍ୟ ଯାଇଥାନ୍ତ‌େ । ହେଲେ ଏହି କାର୍ଯ୍ୟକ୍ରମକୁ ସ୍ଥଗିତ ରଖାଯାଇଛି ।

ପାଗ ନଥିବାରୁ ଏହାକୁ ସ୍ଥଗିତ ରଖାଯାଇଛି । ଯଦି ଆସନ୍ତାକାଲି ପାଗ ଠିକ୍ ରୁହେ ତେବେ ମୁଖ୍ୟମନ୍ତ୍ରୀ ହେଲିକପ୍ଟର ଯୋଗେ ବାତ୍ୟାଞ୍ଚଳ ଗସ୍ତ କରିବେ ବୋଲି ଜଣାପଡିଛି ।

ଅନ୍ୟପଟେ ଏସଆର୍‌ସିଙ୍କ କାର୍ଯ୍ୟାଳୟରେ ବାତ୍ୟା ପରବର୍ତ୍ତୀ ସ୍ଥିତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହି ବୈଠକରେ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳଙ୍କ ସହ କଥା ହୋଇ ସ୍ଥିତି ପରିଖିଛନ୍ତି ମୁଖ୍ୟମନ୍ତ୍ରୀ ।

Leave A Reply

Your email address will not be published.