Latest Odisha News

BREAKING NEWS

ଆଜିର ସ୍ବତନ୍ତ୍ର OTET-୨୦୨୫ ପରୀକ୍ଷା ସ୍ଥଗିତ; ନୂଆ ତାରିଖ ଘୋଷଣା କରିବ ବୋର୍ଡ

ଭୁବନେଶ୍ବର:ଆଜି ହେବାକୁ ଥିବା ସ୍ବତନ୍ତ୍ର OTET-୨୦୨୫ ପରୀକ୍ଷା ହେଲା ସ୍ଥଗିତ । ଏନେଇ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଦୁଇଟି ସିଟିଂରେ ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା ହେବାର ଥିଲା । ସକାଳ ୯ ଟାରୁ ସାଢ଼େ ୧୧ ଟା ପେପର ୧ ଓ ଦିନ ୨ ଟାରୁ ସାଢ଼େ ୪ ଟା ପେପର ୨ ପରୀକ୍ଷା ହୋଇଥାନ୍ତା। ।

ରାଜ୍ୟରେ କାର୍ଯ୍ୟରତ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ପାଇଁ ଏହି ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା ହୋଇଥାନ୍ତା । ୭୫ ହଜାର ଶିକ୍ଷକ ଶିକ୍ଷୟିତ୍ରୀ ଦେଇଥାନ୍ତେ ଏହି ପରୀକ୍ଷା । ପେପର୍‌-୧ ଓ ପେପର୍‌-୨ ଦୁଇଟି ପେପରରେ ପରୀକ୍ଷା ହୋଇଥାନ୍ତା । ତେବେ ପରୀକ୍ଷା ପାଇଁ ନୂଆ ତାରିଖ ଘୋଷଣା କରିବ ବୋର୍ଡ ।

ତେବେ ପ୍ରଶ୍ନପତ୍ର ଲିକ୍ କାରଣରୁ ସ୍ବତନ୍ତ୍ର OTET ପରୀକ୍ଷା ସ୍ଥଗିତ ହୋଇଥିବା ସୂଚନା ରହିଛି । ପରୀକ୍ଷା ଆଗରୁ ବିଭିନ୍ନ ସୋସିଆଲ୍ ମିଡିଆରେ ହାତ ଲେଖା ପ୍ରଶ୍ନ ବୁଲିବା ଘଟଣାକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି ।

 

Comments are closed.