ବ୍ରହ୍ମପୁର:ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ପୋଡାମାରୀ ପଞ୍ଚାୟତ ଗୋକର୍ଣ୍ଣମେରୀପଲ୍ଲୀ ଗ୍ରାମରେ ବୁଧବାର ଗ୍ରାମର ପିଣ୍ଟୁ ଗୌଡ଼ଙ୍କ ଦେଢ଼ ବର୍ଷର ପୁଅ ରିଶାନ ନିଖୋଜ ହୋଇଯାଇଥିଲେ । ତେବେ ବୁଧବାର ବିଳମ୍ବିତ ରାତିରେ ଗାଁ ପୋଖରୀରୁ ରିଶାନଙ୍କ ମୃତ ଦେହ ମିଳିଛି। ଏହି ଘଟଣାକୁ ନେଇ ନାନା ସନ୍ଦେହ ସୃଷ୍ଟି ହୋଇଥିବା ବେଳେ ପୋଲିସ ତଦନ୍ତ ଜାରି ରଖିଛି।
ମିଳିଥିବା ସୂଚନା ଅନୁଯାୟୀ, ବୁଧବାର ପୂର୍ବାହ୍ନ ସାଢ଼େ ୧୦ ଘଣ୍ଟା ସମୟରେ ପିଣ୍ଟୁଙ୍କ ସ୍ତ୍ରୀ ଘରେ ଖାଇବାକୁ ବସିଥିବା ବେଳେ ପୁଅ ରିଶାନ ବାରଣ୍ଡାରେ ଖେଳୁଥିଲା। ମାଆ ଅଳ୍ପ ସମୟ ପରେ ଦେଖିଲା ବେଳକୁ ରିଶାନ ଦେଖିବାକୁ ମିଳିନଥିଲେ। ପରିବାର ଲୋକେ ଦିନ ତମାମ୍ ଖୋଜାଖୋଜି କରିଥିଲେ ମଧ୍ୟ ସନ୍ଧାନ ମିଳିନଥିଲା । ଏନେଇ ପରିବାର ବର୍ଗଙ୍କ ତରଫରୁ ନିଖୋଜ ନେଇ ପାଟପୁର ଥାନାରେ ଲିଖିତ ଅଭିଯୋଗ କରାଯାଇଥିଲା । ପୋଲିସ ଏତଲାକୁ ଭିତ୍ତିକରି ଏକ ମାମଲା ରୁଜୁ କରିଥିଲା । ଅନ୍ୟପକ୍ଷରେ ପରିବାର ଲୋକେ ବିଳମ୍ବିତ ରାତି ଯାଏଁ ଗ୍ରାମର ଶେଷ ମୁଣ୍ଡ ପର୍ଯ୍ୟନ୍ତ ଖୋଜାଖୋଜି କରିବା ପରେ ଶେଷରେ ଘର ନିକଟସ୍ଥ ମଠ ପୋଖରୀ ଭିତରେ ରାତି ଗୋଟାଏ ବେଳେ ଶିଶୁର ମୃତ ଦେବହ ଭାସୁଥିବା ଗ୍ରାମବାସୀ ଦେଖିବାକୁ ପାଇଥିଲେ । ରିଶାନଙ୍କୁ ପାଣିରୁ ବାହାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା । ଡାକ୍ତର ସେଠାରେ ରିଶାନଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ଗୁରୁବାର ସକାଳୁ ପାଟପୁର ଥାନା ଅଧିକାରୀ ସବ୍ୟସାଚୀ ମଲ୍ଲ ସ୍ବାସ୍ଥ୍ୟ କେନ୍ଦ୍ରରେ ପହଞ୍ଚି ମୃତଦେହ ଜବତ କରିବା ସହ ଶବ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ଏମ୍କେସିଜି ମେଡ଼ିକାଲକୁ ପଠାଇଥିଲେ । ପରେ ଆସିକା ଏସ୍ଡିପିଓ ଉମାଶଙ୍କର ସିଂ, ଥାନା ଅଧିକାରୀ ସବ୍ୟସାଚୀ ମଲ୍ଲ, ସ୍ଥାନୀୟ ସରପଞ୍ଚ ସନ୍ତୋଷ କୁମାର ବିଷୋୟୀ ରିଶାନଙ୍କ ପରିବାର ବର୍ଗଙ୍କୁ ଭେଟି ଘଟଣା ସଂପର୍କରେ ପଚାରି ବୁଝିଥିଲେ । ଏଥିସହ ସାଇଣ୍ଟିଫିକ୍ ଟିମ୍ ମଧ୍ୟ ପହଞ୍ଚି ଘଟଣାର ଅନୁଧ୍ୟାନ କରିଥିବା ଜଣାପଡିଛି। ତେବେ ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ ବୋଲି ଥାନା ଅଧିକାରୀ ସବ୍ୟସାଚୀ ମଲ୍ଲ ସୂଚନା ଦେଇଛନ୍ତି।
BREAKING NEWS
- Bbsr-Singapore Flights Cancelled:ଯୁଦ୍ଧର ପ୍ରଭାବ…ଭୁବନେଶ୍ବରରୁ ସିଙ୍ଗାପୁରକୁ ଅନ୍ତର୍ଜାତୀୟ ବିମାନସେବା ବନ୍ଦ
- ଅଏଲ୍ ଇଣ୍ଡିଆ ଏବଂ ସିଏସଆଇଆର-ଆଇଏମଏମଟି ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ
- ହାର୍ଦ୍ଦିକଙ୍କ ବ୍ୟାଟ ଚୋରୀ କରି ନେଇଗଲେ ରିଙ୍କୁ
- AI in healthcare: ଅଙ୍ଗ ପ୍ରତିରୋପଣ କ୍ଷେତ୍ରରେ ଭାରତ ବିଶ୍ୱର ତୃତୀୟ ଶ୍ରେଷ୍ଠ ଦେଶ
- ଭାମଶୀଙ୍କ ଫିଲ୍ମରେ ଅଭିନୟ କରିବେ ସଲମାନ
- Nishikant Dubey: ଦେଶବାସୀଙ୍କ ପାଖରେ ଦୁବେ ନିସର୍ତ୍ତ କ୍ଷମା ପ୍ରାର୍ଥନା କରନ୍ତୁ: ବିଜେଡି
- ଡିଆରଏସ ନିୟମରେ ବଡ ପରିବର୍ତନ କଲା ବିସିସିଆଇ
- ମହାନଦୀରେ ଛଡ଼ାଗଲା ୧୨ଟି ଘଡ଼ିଆଳ, ୩୫ରେ ପହଞ୍ଚିଲା କୁମ୍ଭୀରଙ୍କ ସଂଖ୍ୟା
- Lashkar-e-Taiba terrorist:ଦିଲ୍ଲୀ ସୀମାରୁ ଗିରଫ ହେଲା ଲସ୍କର ଆତଙ୍କବାଦୀ;ସ୍ଲିପର ସେଲ୍ ଭାବରେ କରୁଥିଲା କାମ
- ଭୋଟର ତାଲିକାରୁ ବାଦ୍ ପଡ଼ିଲେ ୭ ଲକ୍ଷରୁ ଅଧିକ ମତଦାତା
Comments are closed.