ବ୍ରହ୍ମପୁର:ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ପୋଡାମାରୀ ପଞ୍ଚାୟତ ଗୋକର୍ଣ୍ଣମେରୀପଲ୍ଲୀ ଗ୍ରାମରେ ବୁଧବାର ଗ୍ରାମର ପିଣ୍ଟୁ ଗୌଡ଼ଙ୍କ ଦେଢ଼ ବର୍ଷର ପୁଅ ରିଶାନ ନିଖୋଜ ହୋଇଯାଇଥିଲେ । ତେବେ ବୁଧବାର ବିଳମ୍ବିତ ରାତିରେ ଗାଁ ପୋଖରୀରୁ ରିଶାନଙ୍କ ମୃତ ଦେହ ମିଳିଛି। ଏହି ଘଟଣାକୁ ନେଇ ନାନା ସନ୍ଦେହ ସୃଷ୍ଟି ହୋଇଥିବା ବେଳେ ପୋଲିସ ତଦନ୍ତ ଜାରି ରଖିଛି।
ମିଳିଥିବା ସୂଚନା ଅନୁଯାୟୀ, ବୁଧବାର ପୂର୍ବାହ୍ନ ସାଢ଼େ ୧୦ ଘଣ୍ଟା ସମୟରେ ପିଣ୍ଟୁଙ୍କ ସ୍ତ୍ରୀ ଘରେ ଖାଇବାକୁ ବସିଥିବା ବେଳେ ପୁଅ ରିଶାନ ବାରଣ୍ଡାରେ ଖେଳୁଥିଲା। ମାଆ ଅଳ୍ପ ସମୟ ପରେ ଦେଖିଲା ବେଳକୁ ରିଶାନ ଦେଖିବାକୁ ମିଳିନଥିଲେ। ପରିବାର ଲୋକେ ଦିନ ତମାମ୍ ଖୋଜାଖୋଜି କରିଥିଲେ ମଧ୍ୟ ସନ୍ଧାନ ମିଳିନଥିଲା । ଏନେଇ ପରିବାର ବର୍ଗଙ୍କ ତରଫରୁ ନିଖୋଜ ନେଇ ପାଟପୁର ଥାନାରେ ଲିଖିତ ଅଭିଯୋଗ କରାଯାଇଥିଲା । ପୋଲିସ ଏତଲାକୁ ଭିତ୍ତିକରି ଏକ ମାମଲା ରୁଜୁ କରିଥିଲା । ଅନ୍ୟପକ୍ଷରେ ପରିବାର ଲୋକେ ବିଳମ୍ବିତ ରାତି ଯାଏଁ ଗ୍ରାମର ଶେଷ ମୁଣ୍ଡ ପର୍ଯ୍ୟନ୍ତ ଖୋଜାଖୋଜି କରିବା ପରେ ଶେଷରେ ଘର ନିକଟସ୍ଥ ମଠ ପୋଖରୀ ଭିତରେ ରାତି ଗୋଟାଏ ବେଳେ ଶିଶୁର ମୃତ ଦେବହ ଭାସୁଥିବା ଗ୍ରାମବାସୀ ଦେଖିବାକୁ ପାଇଥିଲେ । ରିଶାନଙ୍କୁ ପାଣିରୁ ବାହାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା । ଡାକ୍ତର ସେଠାରେ ରିଶାନଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ଗୁରୁବାର ସକାଳୁ ପାଟପୁର ଥାନା ଅଧିକାରୀ ସବ୍ୟସାଚୀ ମଲ୍ଲ ସ୍ବାସ୍ଥ୍ୟ କେନ୍ଦ୍ରରେ ପହଞ୍ଚି ମୃତଦେହ ଜବତ କରିବା ସହ ଶବ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ଏମ୍କେସିଜି ମେଡ଼ିକାଲକୁ ପଠାଇଥିଲେ । ପରେ ଆସିକା ଏସ୍ଡିପିଓ ଉମାଶଙ୍କର ସିଂ, ଥାନା ଅଧିକାରୀ ସବ୍ୟସାଚୀ ମଲ୍ଲ, ସ୍ଥାନୀୟ ସରପଞ୍ଚ ସନ୍ତୋଷ କୁମାର ବିଷୋୟୀ ରିଶାନଙ୍କ ପରିବାର ବର୍ଗଙ୍କୁ ଭେଟି ଘଟଣା ସଂପର୍କରେ ପଚାରି ବୁଝିଥିଲେ । ଏଥିସହ ସାଇଣ୍ଟିଫିକ୍ ଟିମ୍ ମଧ୍ୟ ପହଞ୍ଚି ଘଟଣାର ଅନୁଧ୍ୟାନ କରିଥିବା ଜଣାପଡିଛି। ତେବେ ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ ବୋଲି ଥାନା ଅଧିକାରୀ ସବ୍ୟସାଚୀ ମଲ୍ଲ ସୂଚନା ଦେଇଛନ୍ତି।
BREAKING NEWS
- ଦୁର୍ଗାପୂଜା ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ କେନ୍ଦ୍ରାଞ୍ଚଳ ଆଇଜି; ୧,୨୪୩ଟି ପୂଜା ମଣ୍ଡପରେ…
- ଲସ୍ ଆଞ୍ଜେଲସରେ ହେବ ‘ରାମାୟଣ’ର ୱାର୍ଲ୍ଡ ପ୍ରିମିୟର
- ମହାରାଷ୍ଟ୍ର ନବନିର୍ମାଣ ସେନା ମୁଖ୍ୟ ରାଜ ଠାକରେଙ୍କୁ ମୁମ୍ବାଇର ‘ଶିବତୀର୍ଥ’ ବାସଭବନରେ ଭେଟିଲେ ଅଭିନେତା ଆମିର ଖାଁ
- ରଣଜୀ ଟ୍ରଫି: ଓଡ଼ିଶାର ଭଲ ଆରମ୍ଭ ପରେ ମଜବୁତ ସ୍ଥିତିକୁ ଫେରିଲା କେରଳ, ସଚିନ୍ ବେବିଙ୍କ ଶତକ
- ବଲିଉଡ ଅଭିନେତା ଟାଇଗର ଶ୍ରଫଙ୍କ କାରକୁ ଗୁଳିମାଡ଼
- ଦକ୍ଷିଣ ଆଫ୍ରିକା-ଅଷ୍ଟ୍ରେଲିଆ ୨ୟ ଟେଷ୍ଟ୍ରେ ୧୦୦ ବର୍ଷର ଐତିହାସିକ ରେକର୍ଡ
- ଶୀତଳା ମାତା ମନ୍ଦିର ଦୁର୍ଘଟଣା; ଡ୍ରାଇଭରଙ୍କୁ ଜଣାନଥିଲା ରାସ୍ତା, ଗୁଗୁଲ୍ ମ୍ୟାପ୍ ପାଇଁ…
- ପ୍ରାଚୀନ ମିଶରରେ ବିରାଡ଼ିଙ୍କୁ ମାରିଲେ ମିଳୁଥିଲା ମୃତ୍ୟୁଦଣ୍ଡ — ଜାଣନ୍ତୁ କାହିଁକି ରହିଥିଲା ଏଭଳି କଡ଼ା କାନୁନ୍?
- ବାଲିଯାତ୍ରା ପଡ଼ିଆ ନିକଟରୁ ନାବାଳକ ମୃତଦେହ ଉଦ୍ଧାର, ହତ୍ୟା ଷଡ଼ଯନ୍ତ୍ର…
- ଭାରତ ସିରିଜ୍ରୁ ୨୮୫ କୋଟି ଟଙ୍କା ରୋଜଗାର, କିନ୍ତୁ ୱେଷ୍ଟଇଣ୍ଡିଜ୍ ପାଇବ ଶୂନ

Comments are closed.