Latest Odisha News

ଆସନ୍ତାକାଲି ରାହୁ ଗ୍ରସ୍ତ ଖଣ୍ଡଗ୍ରାସ ଚନ୍ଦ୍ରଗ୍ରହଣ, ଶ୍ରୀମନ୍ଦିରରେ ହେବ ସ୍ଵତନ୍ତ୍ର ନୀତିକାନ୍ତି

ଭୁବନେଶ୍ୱର: ଆଜି ରାତି ପାହିଲେ କୁମାର ପୂର୍ଣ୍ଣିମା । ସନ୍ଧ୍ୟା ବେଳେ କୁମାରୀ ମାନେ କୁମାରୀମାନେ ସୁନ୍ଦର ବର ପାଇବା ଉଦ୍ଦେଶ୍ୟରେ କାର୍ତ୍ତିକେୟଙ୍କୁ ଆରାଧନା କରିବା ସ‌ହ ଚନ୍ଦ୍ର ପୂଜା ମଧ୍ୟ କରିଥାନ୍ତି । ଏହା ସ‌ହ ସେମାନେ ସନ୍ଧ୍ୟା ସମୟରେ ତୁଳସୀ ଚଉରା ଆଗରେ ବନ୍ଦାପନା ମଧ୍ୟ କରିଥାନ୍ତି । ହେଲେ କାଲି ଚନ୍ଦ୍ର ଗ୍ରହଣ ହେତୁ ସନ୍ଧ୍ୟାବେଳେ ଦେବନୀତି ନିଷେଧ ରହିଛି ।

ଗ୍ରହଣ ସ୍ପର୍ଶ ହେବା ମାତ୍ରେ ଶ୍ରୀମନ୍ଦିରରେ ସ୍ଵତନ୍ତ୍ର ନୀତିକାନ୍ତି ଆରମ୍ଭ ହୋଇଥାଏ । ଚକ୍ରରାଜ ସୁଦର୍ଶନ ଚାରି ଆଶ୍ରମ ପରିକ୍ରମା କରିଥାନ୍ତି । ପ୍ରଥମେ ମାର୍କେଣ୍ଡେୟ ଆଶ୍ରମ ପରେ ଅଙ୍ଗିରା, ଭୃଗୁ ଶେଷରେ କଣ୍ଡୁ ଆଶ୍ରମ ବିଜେ କରିଥାନ୍ତି । ଚକ୍ରରାଜ ସୁଦର୍ଶନ ମଧ୍ୟାହ୍ନ ଧୂପ ପରେ ରତ୍ନ ସିଂହାସନରୁ ଆସି ଚଉଦୋଳରେ ବିଜେ ହୋଇ ପରିକ୍ରମା କରିବା ପରେ ପାକତ୍ୟାଗ ପୂର୍ବରୁ ରତ୍ନସିଂହାସନରେ ବିଜେ କରିବେ ।

ସନାତନ ଧର୍ମରେ ଚନ୍ଦ୍ରଗ୍ରହଣର ବିଶେଷ ମହତ୍ତ୍ୱ ରହିଛି । ଚନ୍ଦ୍ରଗ୍ରହଣ ବେଳେ, ରାହୁ ଏବଂ କେତୁଙ୍କ ପ୍ରଭାବ ପୃଥିବୀ ଉପରେ ପଡ଼ିଥାଏ । ଜ୍ୟୋତିଷଙ୍କ ଅନୁଯାୟୀ ସୂର୍ଯ୍ୟ ପୃଥିବୀ ଏବଂ ଚନ୍ଦ୍ର ମଧ୍ୟରେ ଆସିବା ପରେ ଚନ୍ଦ୍ରଗ୍ରହଣ ଘଟିଥାଏ । ଚନ୍ଦ୍ରଗ୍ରହଣ ସମୟରେ ଶୁଭ କାମ କରିବା ନିଷେଧ । ଏହାକୁ ଅଣଦେଖା କରିବା ଶାରୀରିକ ଏବଂ ମାନସିକ ସ୍ୱାସ୍ଥ୍ୟ ଉପରେ ପ୍ରତିକୂଳ ପ୍ରଭାବ ପକାଇଥାଏ ।

ଗ୍ରହଣର ସ୍ପର୍ଶ ସମୟ ହେଉଛି ଅକ୍ଟୋବର ୨୯ ତାରିଖ ରାତ୍ରି ୧ ଟା ୪ ମିନିଟ୍ ୫୫ସେକେଣ୍ଡ । ଗ୍ରହଣ ସର୍ବମୋକ୍ଷ ସମୟ ହେଉଛି ଅକ୍ଟୋବର ୨୯ ତାରିଖ ରାତ୍ରୀ ୨ଟା ୨୪ମିନିଟ୍ ୨ ସେକେଣ୍ଡ । ଗ୍ରହଣର ୯ ଘଣ୍ଟା ପୂର୍ବରୁ ଅର୍ଥାତ୍ ଦିବା ଅକ୍ଟୋବର ୨୮ ତାରିଖ ଅପରାହ୍ନ ୪ ଘଟିକା ୪ ମିନିଟ୍ ୫୫ ସେକେଣ୍ଡ ଠାରୁ ୨୯ ତାରିଖ ରାତ୍ର ୨ଟା ୨୪ମିନିଟି ୨ ସେକେଣ୍ଡ ପର୍ଯ୍ୟନ୍ତ ପାକତ୍ୟାଗ ଓ ଦେବନୀତି ନିଷିଦ୍ଧ ରହିବ ।

Leave A Reply

Your email address will not be published.