Latest Odisha News

BREAKING NEWS

ଆସନ୍ତାକାଲିଠୁ ଜନତା ମଇଦାନରେ ତୋଷାଳି ମେଳା

ଆସନ୍ତାକାଲିଠୁ ଜନତା ମଇଦାନରେ ଆରମ୍ଭ ହେବ ୧୫ତମ ତୋଷାଳି ମେଳା । ଏନେଇ ସରିଛି ସମସ୍ତ ପ୍ରସ୍ତୁତି । ଫେବୃଆରୀ ୪ ତାରିଖ ପର୍ଯ୍ୟନ୍ତ ଜନତା ମଇଦାନରେ ଚାଲିବ ମେଳା । କାର୍ଯ୍ୟକ୍ରମକୁ ରାଜ୍ୟ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ ଉଦଘାଟନ କରିବେ । ଦେଶର ବିଭିନ୍ନ ରାଜ୍ୟରୁ କାରିଗର, ବୁଣାକାର ଏହି ମେଳାରେ ସାମିଲ ହେବେ ।

ମେଳାରେ ରାଜ୍ୟ ତଥା ରାଜ୍ୟ ବାହାରର ୨୫୦ଟି ଷ୍ଟଲ ପଡିବ । ରାଜ୍ୟ ବାହାରର ୮୦ଟି ଓ ରାଜ୍ୟ ଭିତରୁ ୧୭୦ଟି ଷ୍ଟଲ ରହିବ । ହସ୍ତତନ୍ତ, ବୟନ ଏବଂ ହସ୍ତଶିଳ୍ପ ବିଭାଗ ପକ୍ଷରୁ ଆୟୋଜିତ ହେବାକୁ ଥିବା ଏହି ମେଳାରେ ବୟସ୍କ, ଶିଶୁ ଓ ଭିନ୍ନକ୍ଷମଙ୍କ ଲାଗି ସ୍ବତନ୍ତ୍ର ବ୍ୟବସ୍ଥା କରାଯିବ । ମେଳାରେ କୋଭିଡ ନିୟମକୁ କଡାକଡ଼ି ଭାବେ ପାଳନ କରାଯିବ ।

ମାସ୍କ ଓ ସାମାଜିକ ଦୂରତା ନିୟମକୁ ଗୁରୁତ୍ୱ ଦିଆଯିବ । ରାଜ୍ୟରେ କୋଭିଡ଼ ସ୍ଥିତିକୁ ଦୃଷ୍ଟିରେ ରଖି ମେଳାରେ ସାଂସ୍କୃତିକ କାର୍ଯ୍ୟକ୍ରମକୁ ବାତିଲ କରାଯାଇଛି ।

Leave A Reply

Your email address will not be published.