Latest Odisha News

BREAKING NEWS

କରୋନା ଅପଡେଟ୍: ଭାରତରେ ୧୧ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଜାଣନ୍ତୁ କେତେ ମୃତ

ନୂଆଦିଲ୍ଲୀ: ମହାମାରୀ କରୋନା ପ୍ରଭାବରେ ଭାରତ ଦ୍ରୁତ ଗତିରେ ସଂକ୍ରମିତ ହୋଇ ଚାଲିଛି। ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ବର୍ତ୍ତମାନ ସୁଦ୍ଧା ଏହି ସଂଖ୍ୟା ୧୧,୪୩୯ ରେ ପହଞ୍ଚିଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି ।

ଏଥିସହିତ କରୋନାଭାଇରସ ସଂକ୍ରମଣରେ ଏପର୍ଯ୍ୟନ୍ତ ୩୭୭ ଜଣଙ୍କର ମୃତ୍ୟୁ ଘଟିଥିବା ସରକାରୀ ରିପୋର୍ଟରେ ପ୍ରକାଶ ।

ଏହି ମହାମାରୀ ପ୍ରଭାବରୁ ବର୍ତ୍ତମାନ ଯାଏଁ ମୋଟ ୧୩୦୬ ଜଣ ବ୍ୟକ୍ତି ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ଦେଶର ସର୍ବାଧିକ ଆକ୍ରାନ୍ତ ରାଜ୍ୟ ମଧ୍ୟରେ ମହାରାଷ୍ଟ୍ରରେ ୨୬୮୭ ଟି ମାମଲା ଚିହ୍ନଟ ହୋଇଛି ଯାହା ମଧ୍ୟରୁ ୨୫୯ ଜଣ ସୁସ୍ଥ ହୋଇଥିବା ବେଳେ ୧୭୮ ଜଣ ପ୍ରାଣ ହରାଇଛନ୍ତି ।

ଏହି ଭାଇରସର ଵିସ୍ତାରକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଲକଡାଉନ ଅବଧିକୁ ଆସନ୍ତା ମେ ମାସ ୩ ତାରିଖ ପର୍ଯ୍ୟନ୍ତ ବଢ଼ାଉଦେଇଛନ୍ତି ।

Leave A Reply

Your email address will not be published.