Latest Odisha News

BREAKING NEWS

ଭାରତରେ କରୋନାଭାଇରସ ଆକ୍ରାନ୍ତଙ୍କ ସଂଖ୍ୟା ୭୦୦ ଛୁଇଁଲା, ୧୭ ମୃତ

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ଶୁକ୍ରବାର ଦିନ ଏହି ସଂଖ୍ୟା ୭୨୪ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି ।

ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ରିପୋର୍ଟ ଅନୁଯାୟୀ ଏଯାବତ୍ କରୋନାଭାଇରସ ସଂକ୍ରମଣରେ ୧୭ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି ।

ଆହୁରି ମଧ୍ୟ ସମସ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୬୭୭ ଜଣ ଭାରତୀୟ, ୪୭ ଜଣ ବିଦେଶୀ ନାଗରିକ ଏବଂ ୬୬ ଜଣ ଚିକିତ୍ସିତ ରୋଗୀ ଡିସଚାର୍ଜ ହୋଇଥିବା ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ କରାଯାଇଛି ।

ଏଭଳି ପରିସ୍ଥିତିକୁ ଦୃଷ୍ଟିରେ ରଖି ବିଭିନ୍ନ ରାଜ୍ୟରେ ସ୍କୁଲ, କଲେଜ ବନ୍ଦ କରାଯିବା ସହ ଗୋଟିଏ ସ୍ଥାନରେ ଅଧିକ ଲୋକଙ୍କ ସମାବେଶ ଉପରେ ମଧ୍ୟ ସରକାରଙ୍କ ପକ୍ଷରୁ କଟକଣା ଲଗାଯାଇଥିବା ନେଇ ସୂଚନା ମିଳିଛି ।

ଉଲ୍ଲେଖଯୋଗ୍ୟ, ଏହା ଧୀରେଧୀରେ ଥାଇଲାଣ୍ଡ, ଆମେରିକା, ତାଇୱାନ୍, ଭିଏତନାମ, ସିଙ୍ଗାପୁର ଓ ୟୁରୋପ ଭଳି ପାଖାପାଖି ୧୯୦ରୁ ଅଧିକ ଦେଶକୁ ମଧ୍ୟ କୋରୋନା ଭୂତାଣୁ ବ୍ୟାପିବାରେ ଲାଗିଛି ।

Leave A Reply

Your email address will not be published.