Latest Odisha News

BREAKING NEWS

ଦେଶରେ ବିଗୁଡୁଛି ସ୍ଥିତି: ୭୪ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ୨୪୧୫ ମୃତ

ନୂଆଦିଲ୍ଲୀ: ଭାରତରେ କାୟା ବିସ୍ତାର କରିଚାଲିଛି କରୋନା ମହାମାରୀ । ରାଜ୍ୟ ପରେ ରାଜ୍ୟକୁ ଏହା ନିଜ କବଳକୁ ନେଇ ସାରିଛି । ଏହାର ପ୍ରଭାବରେ ଭାରତରେ ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି ।


ସ୍ୱାସ୍ଥ୍ୟ ବିଭାଗର ସଦ୍ୟତମ ସୂଚନା ଅନୁଯାୟୀ, ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୪୨୮୧ ରେ ପହଞ୍ଚିଥିବା ବେଳେ ୨୪୧୫ ଜଣଙ୍କର ମୃତ୍ୟୁ ଘଟିଛି ।

ଭାରତରେ ଏପର୍ଯ୍ୟନ୍ତ ୨୪୩୮୬ ଲୋକ ସୁସ୍ଥ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ସୂଚନା ପ୍ରଦାନ କରିଛି ।

ଗତ ୨୪ ଘଣ୍ଟାରେ ଦେଶର ୩୫୨୫ ଜଣ ବ୍ୟକ୍ତି ନୂଆକରି କରୋନା ଆକ୍ରାନ୍ତ ହୋଇଥିବା ବେଳେ ୧୨୨ ଜଣ ପ୍ରାଣ ହରାଇଛନ୍ତି ।

ଦିଲ୍ଲୀ, ମୁମ୍ବାଇ, ଅହମଦାବାଦ ଓ ଚେନ୍ନାଇ ଭଳି ମହାନଗରରେ ସ୍ଥିତି ଉଦବେଗ ଜନକ । ମହାରାଷ୍ଟ୍ରରେ କରୋନା ସଂକ୍ରମିତ ଓ ମୃତ୍ୟୁ ସଂଖ୍ୟା ଅଧିକ ସର୍ବାଧିକ ରହିଛି ।

Comments are closed.