ନୂଆଦିଲ୍ଲୀ: ଭାରତରେ କାୟା ବିସ୍ତାର କରିଚାଲିଛି କରୋନା ମହାମାରୀ । ରାଜ୍ୟ ପରେ ରାଜ୍ୟକୁ ଏହା ନିଜ କବଳକୁ ନେଇ ସାରିଛି । ଏହାର ପ୍ରଭାବରେ ଭାରତରେ ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି ।
#COVID19: 87 deaths reported in the last 24 hours; total death toll 2293 https://t.co/sK3Eq4eR1P
— ANI (@ANI) May 12, 2020
ସ୍ୱାସ୍ଥ୍ୟ ବିଭାଗର ସଦ୍ୟତମ ସୂଚନା ଅନୁଯାୟୀ, ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୦୭୫୬ ରେ ପହଞ୍ଚିଥିବା ବେଳେ ୨୨୯୩ ଜଣଙ୍କର ମୃତ୍ୟୁ ଘଟିଛି ।
ଭାରତରେ ଏପର୍ଯ୍ୟନ୍ତ ୨୨୪୫୪ ଲୋକ ସୁସ୍ଥ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ସୂଚନା ପ୍ରଦାନ କରିଛି ।
ଗତ ୨୪ ଘଣ୍ଟାରେ ଦେଶର ୩୬୦୪ ଜଣ ବ୍ୟକ୍ତି ନୂଆକରି କରୋନା ଆକ୍ରାନ୍ତ ହୋଇଥିବା ବେଳେ ୮୭ ଜଣ ପ୍ରାଣ ହରାଇଛନ୍ତି ।
ଦିଲ୍ଲୀ, ମୁମ୍ବାଇ, ଅହମଦାବାଦ ଓ ଚେନ୍ନାଇ ଭଳି ମହାନଗରରେ ସ୍ଥିତି ଉଦବେଗ ଜନକ । ମହାରାଷ୍ଟ୍ରରେ କରୋନା ସଂକ୍ରମିତ ଓ ମୃତ୍ୟୁ ସଂଖ୍ୟା ସର୍ବାଧିକ ରହିଛି ।
Comments are closed.