Latest Odisha News

BREAKING NEWS

ବାଲେଶ୍ୱରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା; ୩ ମୃତ, ୧୦ ଆହତ

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲାର ଶେରଗଡସ୍ଥିତ ପେଟ୍ରୋଲ୍ ପମ୍ପ ନିକଟରେ ଗତକାଲି ବିଳମ୍ବିତ ରାତିରେ ଏକ ଟ୍ରକ୍ ପଛରେ ଗୋଟିଏ ପର୍ଯ୍ୟଟକ ଗାଡି ପିଟିହେବାରୁ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି ।

ଫଳରେ ୧୦ ଜଣ ଯାତ୍ରୀ ଆହତ ହୋଇଥିବା ବେଳେ ୩ ଜଣ ଯାତ୍ରୀଙ୍କର ମୃତ୍ୟୁ ଘଟିଛି ।

ପ୍ରାପ୍ତ ସୂଚନାନୁଯାୟୀ ପୁରୀର ବାଲିସାହି ଅଞ୍ଚଳର ପାଖାପାଖି ୨୫ ଜଣ ବ୍ୟକ୍ତିଙ୍କୁ ନେଇ ଏକ ପର୍ଯ୍ୟଟକ ଗାଡି ମୟୂରଭଞ୍ଜର ଦେବକୁଣ୍ଡ ଅଭିମୁଖେ ଯାଉଥିବା ବେଳେ କୌଣସି କାରଣବଶତଃ ଡ୍ରାଇଭର ଜଣକ ଭାରସାମ୍ୟ ହରାଇବାରୁ ରାସ୍ତାକଡରେ ଥିବା ଏକ ଟ୍ରକ୍ ପଛରେ ଯାଇ ଧକ୍କା ହୋଇଥିଲା ।

ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚିବା ସହ ଆହତ ଯାତ୍ରୀଙ୍କୁ ଉଦ୍ଧାର କରି ଚିକିତ୍ସା ନିମନ୍ତେ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ । ପରେ ସେମାନଙ୍କ ମଧ୍ୟରୁ ୩ ଜଣଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ ।

Leave A Reply

Your email address will not be published.