ଭୁବନେଶ୍ୱର: ଆସନ୍ତା ୩୦ ତାରିଖ ଦିନ ସପ୍ତଦଶ ବିଧାନସଭାର ଏକ ସ୍ବତନ୍ତ୍ର ଅଧିବେଶନ ଅନୁଷ୍ଠିତ ହେବାକୁ ଯାଉଛି। ବିଧାନସଭା ଚାଲୁଥିବା ସମୟରେ ଯାନବାହନ ଚଳାଚଳ ଓ ଜନସାଧାରଣଙ୍କ ନିରାପତ୍ତାକୁ ଦୃଷ୍ଟିରେ ରଖି ବିଧାନସଭା ସଂଲଗ୍ନ ରାସ୍ତା ମାନଙ୍କରେ ଓଡିଶା ସହରାଞ୍ଚଳ ଆଇନ୍ ୨୦୦୩ ର ଧାରା ୨୮ (ଓଡ଼ିଶା ଆକ୍ଟ ୨୦୦୭ ର ଧାରା ୮) ଏବଂ ପୋଲିସ କମିଶନରେଟ୍, ଭୁବନେଶ୍ୱର-କଟକ, ଟ୍ରାଫିକ୍ ଓ ପବ୍ଲିକ୍ ଅର୍ଡର ଓ ରେଗୁଲେଶନ ୨୦୦୮ ଧାରା ୩୬ ଅନୁସାରେ କଟକଣା ଲାଗୁ କରାଯାଇଛି।
ହାଉସିଂ ବୋର୍ଡ ଛକ ପଟୁ ରବୀନ୍ଦ୍ର ମଣ୍ଡପ ଆଡ଼କୁ ଆସୁଥିବା ସମସ୍ତ ଯାନବାହନ ଗୁଡ଼ିକ କେଶରୀ ଟକୀଜ୍ ଠାରୁ ବାମ ପାର୍ଶ୍ବ ରାସ୍ତା ଦେଇ ନିଜ ଗନ୍ତବ୍ୟ ସ୍ଥଳକୁ ଯାଇପାରିବେ।
ଏ.ଜି. ଛକ ପଟୁ ପି.ଏମ୍.ଜି. ଛକ ଆଡ଼କୁ ଆସୁଥିବା ସମସ୍ତ ଯାନବାହନ ଗୁଡ଼ିକ ଜୟଦେବ ଭବନ ପାଖରେ ଡାହାଣ ପାର୍ଶ୍ଵରେ ଥିବା ଇନ୍ଦିରା ଗାନ୍ଧୀ ପାର୍କ ରାସ୍ତା ଦେଇ ନିଜ ଗନ୍ତବ୍ୟ ସ୍ଥଳକୁ ଯାଇପାରିବେ।
ମାଷ୍ଟର କ୍ୟାଣ୍ଟିନ୍ ଛକ ପଟୁ ଆସୁଥିବା ସମସ୍ତ ଯାନବାହନ ଗୁଡ଼ିକ ଲୋୟର ପି.ଏମ୍.ଜି. ଛକ ଠାରୁ ବାମ କିମ୍ବା ଡାହାଣ ପାର୍ଶ୍ଵ ରାସ୍ତା ଦେଇ ଯାଇପାରିବେ।
୧୨୦ ବାଟାଲିୟନ ଛକ ପଟୁ ରବୀନ୍ଦ୍ର ମଣ୍ଡପ ଆଡ଼କୁ ଯିବାକୁ ଚାହୁଁଥିବା ସମସ୍ତ ଯାନବାହନ ଗୁଡ଼ିକ ପାୱାର ହାଉସ୍ ଛକ ଦେଇ ଯିବେ। ଲୋକଭବନ ଛକ ପଟୁ ଏମ୍.ଏଲ୍.ଏ କଲୋନୀ ଏବଂ ରବୀନ୍ଦ୍ର ମଣ୍ଡପ ଆଡ଼କୁ ଯିବାକୁ ଚାହୁଁଥିବା ସମସ୍ତ ଯାନବାହନ ଗୁଡ଼ିକ ଶାସ୍ତ୍ରୀ ନଗର ଛକ ଦେଇ ଯିବେ ।
ଉପରୋକ୍ତ କଟକଣା ଗୁଡ଼ିକ ଜରୁରୀ କାଳୀନ କାର୍ଯ୍ୟରେ ନିୟୋଜିତ ଥିବା ଯାନବାହନ ଯଥା ପୋଲିସ, ଅଗ୍ନିଶମ ଓ ଆମ୍ବୁଲାନ୍ସ ଏବଂ ବିଧାନସଭା, ରାଜ୍ୟ ସଚିବାଳୟ ଓ ଅନ୍ୟାନ୍ୟ ସରକାରୀ କାର୍ଯ୍ୟାଳୟକୁ ଯାଉଥିବା ଅଧିକୃତ ଯାନବାହନ ନିମନ୍ତେ ଲାଗୁ ହେବନାହିଁ। ଉପରୋକ୍ତ କଟକଣା ଗୁଡ଼ିକ ଆସନ୍ତା ୩୦ ତାରିଖ ସକାଳ ୭ ଟାରୁ ଲାଗୁ ହେବ।