Latest Odisha News

BREAKING NEWS

ନାସିକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ଚାଲିଗଲା ୩ ଜୀବନ

ମହାରାଷ୍ଟ୍ର: ନାସିକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଚାଲିକି ଯାଉଥିବାବେଳେ ପଛରୁ ପିଟିଲା ଦୃତ ଗତିରେ ଆସୁଥିବା ଏକ କାର । ଦୁର୍ଘଟଣାରେ ୩ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ଓ ୨ ଗୁରୁତରଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି ।

ସୂଚନା ଅନୁସାରେ, ମହାରାଷ୍ଟ୍ର କଲ୍ୟାଣ ନାସିକ ଜାତୀୟ ରାଜପଥରେ ଘଟିଛି ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା । ଆଜି ସକାଳୁ ୫ ଜଣ ବ୍ୟକ୍ତି ରାସ୍ତାରେ ଚାଲିକି ଯାଉଥିବାବେଳେ ପଛ ପଟରୁ ଦ୍ରୁତ ଗତିରେ ଆସୁଥିବା ଏକ କାର୍ ସେମାନଙ୍କୁ ଧକ୍କା ଦେଇଛି  । ଫଳରେ ଘଟଣାସ୍ଥଳରେ ୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି । ପରେ ଦୁର୍ଘଟଣା ସମ୍ପର୍କରେ ଖବର ପାଇବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତ ମାନଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଛି  । ଏବଂ ଦୁର୍ଘଟଣା ଘଟାଇ ଥିବା କାରକୁ ମଧ୍ୟ ଜବତ କରିଛି ।

 

Leave A Reply

Your email address will not be published.