Latest Odisha News

BREAKING NEWS

ରାଉରକେଲାରେ ବସ୍-ଟ୍ରକ ମୁହାମୁହିଁ ଧକ୍କା, ୧୦ ଗୁରୁତର

ରାଉରକେଲା: ରାଉରକେଲାରେ ଏକ ଯାତ୍ରୀବାହୀ ବସ୍ ଓ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୧୦ ଜଣ ଗୁରୁତର ଆହତ ହୋଇଛନ୍ତି। ଝାରସୁଗୁଡ଼ା ଜିଲ୍ଲା ବୀରମିତ୍ରପୁର ରାଣୀ ସତୀ ମନ୍ଦିର ନିକଟରେ ଏହି ଦୁର୍ଘଟଣା ଘଟିଛି।

ସୂତ୍ରରୁ ଜଣାପଡ଼ିଛି ଯେ ରାଣୀ ନାମକ ଏହି ଯାତ୍ରୀବାହୀ ବସ୍ ଘଟଣା ସମୟରେ ଝାଡ଼ଖଣ୍ଡରୁ ଝାରସୁଗୁଡ଼ା ଯାଉଥିଲା। ସତୀ ମନ୍ଦିର ନିକଟରେ ଏକ ମାଲବାହୀ ଟ୍ରକ ସହ ମୁହାଁମୁହିଁ ଧକ୍କା ହେବା ଫଳରେ ବହୁ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି।

ସ୍ଥାନୀୟ ଲୋକେ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ପଠାଇଥିଲେ। ଘଟଣା ସମ୍ପର୍କରେ ପୁଲିସକୁ ଖବର ଦେବା ପରେ ସେମାନଙ୍କୁ ତୁରନ୍ତ ନିକଟସ୍ଥ ଡାକ୍ତରଖାନାକୁ ନିଆଯାଇଥିଲା। ଆହତମାନଙ୍କୁ ତୁରନ୍ତ ଚିକିତ୍ସା ପାଇଁ ବୀରମିତ୍ରପୁର ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।

ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣା ଘଟାଇଥିବା ଗାଡ଼ିକୁ ଜବତ କରିବା ସହ ଦୁର୍ଘଟଣାର ତଦନ୍ତ ଆରମ୍ଭ କରିଛି।

Leave A Reply

Your email address will not be published.