Latest Odisha News

BREAKING NEWS

ଟ୍ରେନ ଟ୍ରାଜେଡି: ଦୁର୍ଘଟଣାସ୍ଥଳରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ, ଆହତଙ୍କୁ ଭେଟିଲେ

ଭୁବନେଶ୍ୱର: ବାଲେଶ୍ୱର ବାହାନଗା ଷ୍ଟେସନର ଦୁର୍ଘଟଣାସ୍ଥଳରେ ସକାଳୁ ସକାଳୁ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଘଟଣାସ୍ଥଳରେ ପହଞ୍ଚି ଘଟଣାର ସ୍ଥିତି ଅନୁଧ୍ୟାନ କରୁଛନ୍ତି ।   ଆହତଙ୍କୁ  ଭେଟିଛନ୍ତି । ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ଉଦ୍ଧାର କାର୍ଯ୍ୟ ତ୍ୱରାନ୍ୱିତ କରିବା ପାଇଁ ତଥା ସମସ୍ତ ପ୍ରକାର ସୁବିଧା ଯୋଗାଇ ଦେବାକୁ କହିଛନ୍ତି । ଏଥି ସହିତ ବାଲେଶ୍ୱର ଡାକ୍ତରଖାନାରେ ପହଞ୍ଚି ଆହତଙ୍କୁ ଭେଟିଛନ୍ତି । ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି । ପ୍ରତି ୱାଡ ଚାଲି ଚାଲି ଯାଇ ପ୍ରତ୍ୟେକ ଆହତଙ୍କୁ ଭେଟିଛନ୍ତି । ବଙ୍ଗୀୟ ଯାତ୍ରୀଙ୍କ ମଧ୍ୟ ଭେଟି ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ।

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଧ୍ୟ  ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି । ଏହା ପୂର୍ବରୁ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମଧ୍ୟ ଘଟଣାସ୍ଥଳରେ ପହଞ୍ଚିଛନ୍ତି । ପ୍ରାଥମିକ ଭାବେ ଉଦ୍ଧାର ଏବଂ ଚିକିତ୍ସା ଉପରେ ଦେବାକୁ କହିଛନ୍ତି କେନ୍ଦ୍ର ରେଳମନ୍ତ୍ରୀ ।   ଏହାସହ ମୃତକ ଓ ଆହତଙ୍କ ପରିବାର ସହ ଯୋଗାଯୋଗ ସ୍ଥାପନ କରାଯିବା ଉପରେ ଗୁରୁତ୍ୱ ଦିଆଯାଉଛି ବୋଲି କହିଛନ୍ତି  ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ।

Leave A Reply

Your email address will not be published.