Latest Odisha News

ଓଡ଼ିଆ ସାହିତ୍ୟର ବ୍ୟାପ୍ତି ଓ ସମୃଦ୍ଧିରେ ଅନୁବାଦର ଗୁରୁତ୍ଵ ରହିଛି

ଭୁବନେଶ୍ୱର : ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ ଆୟୋଜିତ ଅନୁବାଦ ସମ୍ପର୍କିତ ଆଲୋଚନା ସଭାରେ ଅନୁବାଦକ ତଥା ଉତ୍କଳ ବିଶ୍ଵବିଦ୍ୟାଳୟର ପୂର୍ବତନ ଇଂରାଜୀ ଯତୀନ୍ଦ୍ର କୁମାର ନାୟକ, କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ଅନୁବାଦକ ଅଜୟ କୁମାର ପଟ୍ଟନାୟକ, ସୋମେଶ ମହାପାତ୍ର, ଅନୁବାଦକ ତଥା ପ୍ରକାଶକ ଶୁଭ୍ରାଂଶୁ ପଣ୍ଡା, ବିଶିଷ୍ଟ ଅନୁବାଦକ ବିକ୍ରମ କେଶରୀ ଦାସ ପ୍ରମୁଖ ଯୋଗ ଦେଇଥିଲେ ।

ସଂସ୍କୃତି ଓ ସଭ୍ୟତାର ସମୃଦ୍ଧି ନିମନ୍ତେ ଅନୁବାଦର ଆବଶ୍ୟକ ହୋଇଥାଏ । ସଭ୍ୟତାର ବିକାଶ ପର୍ଯ୍ୟଟନ, ଗମନାଗମନ ଦ୍ୱାରା ହୋଇଥାଏ । ସାହିତ୍ୟ, ଭାଷା, ସଂସ୍କୃତି ଯଦି ଗମନାଗମନ ନକରନ୍ତି ତେବେ ଆମ ସାହିତ୍ୟ ବିଲୋପ ହୋଇଯିବ । ଓଡ଼ିଆ ଭାଗବତର ଇଂରାଜୀ ଓ ଅନ୍ୟ ଭାଷାରେ ଅନୂଦିତ ସଂସ୍କରଣ ପ୍ରକାଶ ପାଇବା ଆମ ପାଇଁ ନିଶ୍ଚିତ ଗର୍ବର ବିଷୟ । ଓଡ଼ିଆ ସାହିତ୍ୟକୁ ବିଶ୍ଵ ଦୃଷ୍ଟିରେ ଆଣିବା ପାଇଁ ଅନୁବାଦର ଆବଶ୍ୟକ‌ତା ରହିଛି । ଓଡ଼ିଆ ସାହିତ୍ୟର ବ୍ୟାପ୍ତି ଓ ସମୃଦ୍ଧିରେ ଅନୁବାଦର ଗୁରୁତ୍ଵକୁ ସବୁମହଲରେ ହୃଦୟଙ୍ଗମ କଲେ ଆମ ଭାଷା ଓ ସାହିତ୍ୟର ବ୍ୟାପକ ଅଭିବୃଦ୍ଧି ହେବା ସହିତ ଓଡ଼ିଆ ଭାଷା ଓ ସାହିତ୍ୟ ବିଶ୍ଵପ୍ରସାରିତ ହୋଇପାରିବ ବୋଲି ଅତିଥିମାନେ ମତବ୍ୟକ୍ତ କରିଛନ୍ତି ।

ରେଭେନ୍ସା ବିଶ୍ୱବିଦ୍ୟାଳୟର ସହକାରୀ ପ୍ରଫେସର ତଥା ତରୁଣ ସାହିତ୍ୟିକ ଜ୍ଞାନୀ ଦେବାଶିଷ ମିଶ୍ରଙ୍କ ସଂଯୋଜନାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ଵବିଦ୍ୟାଳୟର ପ୍ରଥମ ବର୍ଷ ଛାତ୍ର ଦେବେନ୍ଦ୍ର ଆଚାର୍ଯ୍ୟ ନିଜ ବକ୍ତବ୍ୟ ରଖିଥିଲେ ଶେଷରେ କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ପ୍ରେମଚନ୍ଦ୍ର ଚୌଧାରୀ ଅତିଥି ମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ ।

Comments are closed.