ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକ ବୁଧବାର ଅପରାହ୍ନରେ ଅନୁଷ୍ଠିତ ହୋଇଥିଲା। ଏହି କ୍ୟାବିନେଟ୍ ବୈଠକରେ ନିଯୁକ୍ତି ପରୀକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି।
କ୍ୟାବିନେଟ୍ ବୈଠକ ପରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ସରକାରୀ ଚାକିରି ନିଯୁକ୍ତି ପରୀକ୍ଷାରେ ଅନିୟମିତତା କଲେ ଦୋଷୀଙ୍କୁ ୫ ବର୍ଷ ଜେଲ୍ ଦଣ୍ଡାଦେଶ ସହ ୧୦ ଲକ୍ଷ ଟଙ୍କା ଜରିମାନା ଦେବାକୁ ପଡ଼ିବ। ସେହିପରି ପରୀକ୍ଷା କରୁଥିବା ସର୍ଭିସ ପ୍ରୋଭାଇଡରଙ୍କୁ ମଧ୍ୟ ୧ କୋଟି ଟଙ୍କା ଜରିମାନା କରାଯିବା ଶା ଭବିଷ୍ୟତରେ କୌଣସି ପରୀକ୍ଷା ସମ୍ବଳିତ ଦାୟିତ୍ବ ତାଙ୍କୁ ଦିଆଯିବ ନାହିଁ । ଏହି ନିୟମ OPSC, OSSC, OSSSC, OJE ଆଦି ପରୀକ୍ଷା ପାଇଁ ଲାଗୁ ହେବ ବୋଲି ସୂଚନା ମିଳିଛି।
Comments are closed.