ଢାକା: ବାଂଲାଦେଶର ଗାଦିଚ୍ୟୁତ ପ୍ରଧାନମନ୍ତ୍ରୀ ଶେଖ୍ ହାସିନା ଦୋଷୀ ସାବ୍ୟସ୍ତ। ନରସଂହାର ମାମଲାରେ ଦୋଷୀ ସାବ୍ୟସ୍ତ କଲେ ବାଂଲାଦେଶ କୋର୍ଟ। ବିକ୍ଷୋଭକାରୀଙ୍କୁ ହତ୍ୟା ନେଇ ହୋଇଥିଲା ମାମଲା। ରାଜଧାନୀ ଢ଼ାକା ସମେତ ସମଗ୍ର ବାଂଲାଦେଶରେ ଚାପା ଉତ୍ତେଜନା ଲାଗି ରହିଥିବାରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ହାଇଆଲର୍ଟରେ ରହିଛି ପୂରା ଦେଶ ।
ଇଣ୍ଟରନ୍ୟାସନାଲ କ୍ରାଇମ୍ସ ଟ୍ରିବ୍ୟୁନାଲ୍ ଙ୍କ ରାୟ ପୂର୍ବରୁ ଦେଶରେ ଜାରି ହୋଇଛି ହାଇଆଲର୍ଟ । ଶେଖ୍ ହାସିନାଙ୍କ ପାର୍ଟି ଆୱାମୀ ଲିଗ୍ ପକ୍ଷରୁ ଦେଶରେ ବନ୍ଦ ପାଳନ ହେଉଛି । ହିଂସା ଭିଆଇଲେ ତୁରନ୍ତ ଗୁଳି କରିବାକୁ ପୋଲିସକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି ।
ବାଂଲାଦେଶର ଅନ୍ତର୍ଜାତୀୟ ନ୍ୟାୟ ଅଦାଲତ ଶେଖ ହାସିନାଙ୍କ ବିରୋଧରେ ଏକ ରାୟ ପ୍ରକାଶ କରିଛନ୍ତି। କୋର୍ଟ ଜୁଲାଇ ବିଦ୍ରୋହ ପାଇଁ ହାସିନାଙ୍କୁ ଦୋଷୀ ସାବ୍ୟସ୍ତ କରି ତାଙ୍କୁ ଦଣ୍ଡ ଦେଇଛନ୍ତି। ହାସିନାଙ୍କ ବିରୋଧରେ ଜୁଲାଇ ବିଦ୍ରୋହ ସମୟରେ ନିରସ୍ତ୍ର ସାଧାରଣ ଲୋକଙ୍କ ଉପରେ ଗୁଳି ଚଳାଇବା ପାଇଁ ନିର୍ଦ୍ଦେଶ ଦେବା ଅଭିଯୋଗ ରହିଛି। ଏହି କୋର୍ଟର ନିଷ୍ପତ୍ତି ହସିନାଙ୍କୁ ଆହୁରି ଅଡୁଆରେ ପକାଇଦେଇଛି।
ବାଂଲାଦେଶୀ ଗଣମାଧ୍ୟମ ପ୍ରଥମ ଆଲୋ ଅନୁଯାୟୀ, ରାୟ ପ୍ରଦାନ କରିବା ସମୟରେ, କୋର୍ଟ ହାସିନାଙ୍କ ଅଡିଓ ମଧ୍ୟ ଜାରି କରିଥିଲେ, ଯାହା ବାଂଲାଦେଶରେ ଭାଇରାଲ ହୋଇଥିଲା। ଏହି ଅଡିଓରେ, ହସିନା ପୋଲିସ ମୁଖ୍ୟଙ୍କୁ ଲୋକଙ୍କ ଉପରେ ଗୁଳି ଚଳାଇବାକୁ କହୁଥିବା ଦେଖାଯାଇଛି। କୋର୍ଟ ରାୟ ପ୍ରଦାନ କରିବା ସମୟରେ ମାନବାଧିକାର କମିଶନର ରିପୋର୍ଟକୁ ମଧ୍ୟ ଉଦ୍ଧୃତ କରିଛନ୍ତି।
Comments are closed.