Latest Odisha News

BREAKING NEWS

ପରିବାରର ଦୁଇ ଜଣ କରୋନା ପଜିଟିଭ୍ ଚିହ୍ନଟ ପରେ ସଙ୍ଗରୋଧରେ ତ୍ରିପୁରା ମୁଖ୍ୟମନ୍ତ୍ରୀ

ଅଗରତାଲା: ସଙ୍ଗରୋଧରେ ତ୍ରିପୁରା ମୁଖ୍ୟମନ୍ତ୍ରୀ ବିପ୍ଲବ ଦେବ । ପରିବାରର ଦୁଇ ଜଣ କରୋନା ପଜିଟିଭ୍ ଚିହ୍ନଟ ପରେ ସେ ସଙ୍ଗରୋଧରେ ରହିଛନ୍ତି । ଏ ନେଇ ସେ ଏକ ଟ୍ୱିଟ ଯୋଗେ ସୂଚନା ଦେଇଛନ୍ତି ।

ବିପ୍ଲବ ଦେବଙ୍କ ପରିବାରର ଅନ୍ୟମାନଙ୍କ ଟେଷ୍ଟ ରିପୋର୍ଟ ନେଗେଟିଭ୍ ଆସିଥିବା ବେଳେ ତାଙ୍କର ରିପୋର୍ଟକୁ ଅପେକ୍ଷା ରହିଛି । ଘରେ ସେ ସଙ୍ଗରୋଧରେ ଥିବା ବେଳେ ସବୁ ପ୍ରକାର ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିଥିବା ସେ ସୂଚନା ଦେଇଛନ୍ତି ।

କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ତାଙ୍କ ପରିବାର ସଦସ୍ୟଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି ।

Leave A Reply

Your email address will not be published.