Latest Odisha News

BREAKING NEWS

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ତ୍ରିବିକ୍ରମ ବେଶ, ଜାଣନ୍ତୁ ଏହାର ମାହାତ୍ମ

ପୁରୀ: ଆଜି କାର୍ତ୍ତିକ ମାସ ଶୁକ୍ଳପକ୍ଷ ତ୍ରୟୋଦଶୀ ତିଥି । ଏହି ଦିନ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଆଡ଼କିଆ ବା ତ୍ରିବିକ୍ରମ ବେଶ ଅନୁଷ୍ଠିତ ହୋଇଥାଏ । ପ୍ରାତଃ ସମୟରେ ଶ୍ରୀଜୀଉମାନଙ୍କର ଅବକାଶ ନୀତି ଶେଷ ହେବା ପରେ ଆରମ୍ଭ ହୋଇଥାଏ ଏହି ବେଶ । ପୁଷ୍ପାଳକ ସେବକମାନେ ଏହି ବେଶ ସମ୍ପାଦନ କରିଥାନ୍ତି ।

ଆଡ଼କିଆ ବେଶରେ ଶ୍ରୀଜଗନ୍ନାଥ ଓ ଶ୍ରୀବଳଭଦ୍ରଙ୍କ ମସ୍ତକରେ ଚୂଳ ଲଗାଯାଏ । ଚୂଳ ଦୁଇଟି ସୋଲ, କନା, ବେତ, ଜମ୍ବୁରା, କଇଁଥ ଅଠା ଇତ୍ୟାଦିରେ ନିର୍ମିତ ହୋଇଥାଏ । ଏହି ଚୂଳରେ ସ୍ୱର୍ଣ୍ଣ ନିର୍ମିତ କିଆ ଆଡବାଗରେ ଖୋସା ଯାଇଥାଏ ।
ଦେବୀ ସୁଭଦ୍ରା ଓ ଅନ୍ୟ ଦୁଇ ଠାକୁରଙ୍କ ମସ୍ତକର ଶୀର୍ଷ ଭାଗରେ ସ୍ୱର୍ଣ୍ଣ ଚନ୍ଦ୍ରିକା ମଧ୍ୟ ଖଞ୍ଜା ଯାଇଥାଏ । ଏଥିସହ ପୂର୍ବ ଦିନ ପରି ଅନ୍ୟାନ୍ୟ ସ୍ୱର୍ଣ୍ଣ ଅଳଙ୍କାର ଓ ହଳ, ମୂଷଳ, ଶଙ୍ଖ, ଚକ୍ର ଏବଂ ପାଟ ବସ୍ତ୍ର ଇତ୍ୟାଦିରେ ଠାକୁରମାନଙ୍କୁ ଆଡକିଆ ବା ତ୍ରିବିକ୍ରମ ବେଶରେ ଭୂଷିତ କରାଯାଇଥାଏ । ।

ତ୍ରିବିକ୍ରମ ବେଶରେ ଘାଗଡା ମାଳି, ବରକୋଳି ମାଳି, ପଦ୍ମମାଳି, ଗିନିମାଳି, ପଦକ ମାଳି ପିନ୍ଧାଯାଏ । ଏହା ବ୍ୟତୀତ ମହାପ୍ରଭୁଙ୍କ ଅନ୍ୟାନ୍ୟ ଅଳଙ୍କାର, ମାଳି, ଶ୍ରୀପୟର, ଶ୍ରୀହସ୍ତ ଓ ଆୟୁଧ ମଧ୍ୟ ଲାଗି କରାଯାଏ ।

ସେହିପରି ଶ୍ରୀଜୀଉମାନଙ୍କ ଶ୍ରୀମସ୍ତକରେ ସୋଲ, କନା, ବେତ, ଜମ୍ବୁରା ଓ କଇଁଥ ଅଠାରେ ତିଆରି ହୋଇଥିବା ଚୁଳ ଲଗାଯାଏ । ଏହି ଚୁଳରେ ସ୍ୱର୍ଣ୍ଣ ନିର୍ମିତ କିଆ ଆଡ଼ବାଗରେ ଖୋସାଯାଇଥିବା ବେଳେ ଶୀର୍ଷଭାଗରେ ସ୍ୱର୍ଣ୍ଣ ଚନ୍ଦ୍ରିକା ଖୋସାଯାଇଥାଏ ।

Comments are closed.