Latest Odisha News

BREAKING NEWS

ନାଚି ନାଚି ଯାଉଥିଲେ ବରଯାତ୍ରୀ ଦଳ; ଚଢିଗଲା ଟ୍ରକ

କେନ୍ଦୁଝର : କେନ୍ଦୁଝରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବରଯାତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ । ଘଟଣା ସ୍ଥଳରେ ୫ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୭ ଜଣ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । କେନ୍ଦୁଝର ଟାଉନ୍ ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନା ଅନୁଯାୟୀ, ବାହାଘର ପାଇଁ ହରିଚନ୍ଦନପୁର ବ୍ଲକ୍ ଜଘିଂରା ନିକଟସ୍ଥ ମାନପୁର ଗ୍ରାମରୁ ଏକ ବରଯାତ୍ରୀ ଦଳ କେନ୍ଦୁଝର ଯାଉଥିଲେ । ରାସ୍ତାରେ ରୋଷଣୀ କରି ଯାଉଥିବା ବେଳେ NH-୨୦ର ଷଠୀଘର ନିକଟରେ ଶୁଆକାଟୀ ପଟୁ ଦ୍ରୁତଗତିରେ ଆସୁଥିବା ଏକ ଟ୍ରକ ବରଯାତ୍ରୀଙ୍କୁ ଧକ୍କା ଦେଇଥିଲା । ଘଟଣାସ୍ଥଳରେ ୫ଜଣ ବରଯାତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ୭ଜଣ ଗୁରୁତର ଆହତ ହୋଇଥିଲେ । ଆହତ ମାନଙ୍କୁ ତୁରନ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା ।

ଘଟଣାସ୍ଥଳରେ ଚାପା ଉତ୍ତେଜନା ଦେଖାଦେଇଥିବା ବେଳେ କେନ୍ଦୁଝର ଟାଉନ୍ ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସମସ୍ତ ମୃତକଙ୍କ ପରିଚୟ ମିଳିଛି ।  ମୃତକ ମାନଙ୍କ ମଧ୍ୟରୁ ୩ଜଣ କନ୍ୟାଘରର ଥିବା ବେଳେ ଆଉ ୨ଜଣ ବର ପକ୍ଷର ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି । ତେବେ ଦୁର୍ଘଟଣା କାରଣରୁ ବର ଫେରି ଯାଇଥିବା ସୂଚନା ମିଳିଛି ।

Leave A Reply

Your email address will not be published.