Latest Odisha News

‘ଆୱାର ଜର୍ଣ୍ଣି ଟୁଗେଦର୍’: ମୋଦିଙ୍କୁ ଟ୍ରମ୍ପଙ୍କ ବହି ଉପହାର

ୱାଶିଂଟନ: ଆମେରିକାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ହ୍ବାଇଟ ହାଉସରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟିବା ସହ ଦୁଇ ନେତାଙ୍କ ମଧ୍ୟରେ ବହୁ ଗୁରୁତ୍ବପୂର୍ଣ୍ଣ ଆଲୋଚନା ହୋଇଛି। ଭେଟଘାଟ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏକ ବହି ଉପହାର ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ।

ଏହି ବହିଟିର ନାଁ ରହିଛି ଆୱାର ଜର୍ଣ୍ଣି ଟୁଗେଦର୍। ୱାସିଂଟନ ଡିସିରେ ମୋଦିଙ୍କୁ ଏହି ପୁସ୍ତକ ପ୍ରଦାନ କରିଛନ୍ତି ଟ୍ରମ୍ପ। ଏଥିରେ ଦୁଇ ବନ୍ଧୁଙ୍କ ବିଭିନ୍ନ ସମୟର ଫଟୋ ରହିଛି। ହାୱଡି ମୋଦି ଓ ନମସ୍ତେ ଟ୍ରମ୍ପ କାର୍ଯ୍ୟକ୍ରମ ସମୟରେ ଦୁଇ ନେତାଙ୍କର ସ୍ମରଣୀୟ ଫଟୋ ସ୍ଥାନ ପାଇଛି। ଏହାଛଡ଼ା ବହିଟିରେ ନିଜ ହସ୍ତାକ୍ଷର ସହ ଟ୍ରମ୍ପ ମୋଦିଙ୍କ ଉଦ୍ଦେଶ୍ୟରେ ଲେଖିଛନ୍ତି- ‘ମିଷ୍ଟର ପ୍ରାଇମ ମିନିଷ୍ଟର ୟୁ ଆର୍ ଗ୍ରେଟ୍’।

ଟ୍ରମ୍ପ ଦ୍ୱିତୀୟ ଥର ରାଷ୍ଟ୍ରପତି ହେବା ପରେ ମୋଦିଙ୍କ ଏହା ପ୍ରଥମ ଗସ୍ତ। ତେବେ ମୋଦି ଆମେରିକାରେ ପହଞ୍ଚିବାପରେ ପ୍ରଥମେ ଆମେରିକାର ଜାତୀୟ ଗୁଇନ୍ଦା ନିର୍ଦ୍ଦେଶକ ଭାବେ ଶପଥ ଗ୍ରହଣ କରିଥିବା ତୁଳସୀ ଗବାର୍ଡଙ୍କୁ ଭେଟିଥିଲେ। ସେହିପରି ମୋଦି ଟ୍ରମ୍ପଙ୍କ ସହ ଆଲୋଚନାରେ ଟ୍ରେଡଠୁ ନେଇ ଆତଙ୍କବାଦ ଦମନ ଯାଏ ବହୁ ବଡ ବଡ ଘୋଷଣା କରିଛନ୍ତି ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ହ୍ବାଇଟ ହାଉସରେ ଦୁଇ ବିଶ୍ବନେତାଙ୍କ ମଧ୍ୟରେ ବାଣିଜ୍ୟ, ଋଷ-ୟୁକ୍ରେନ ଯୁଦ୍ଧ, ଭିସା ଓ ପ୍ରତିରକ୍ଷା ପ୍ରସଙ୍ଗରେ ଦ୍ବିପାକ୍ଷିକ ଆଲୋଚନା ହୋଇଛି ।

Comments are closed.