Latest Odisha News

BREAKING NEWS

ରାଜ୍ୟରେ ଆଉ ୨୮ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଉ ୨୮ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏନେଇ ସ୍ୱାସ୍ଥ୍ୟ ବିଭାଗକୁ ଜଣାଇଲା ଆଇଏଲଏସ୍ । ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ଶହେ ଟପିଲା । ଆଜି ୨୮ଜଣଙ୍କୁ ମିଶାଇ ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୧୦୩କୁ ବୃଦ୍ଧି ପାଇଛି ।

ଡ଼ିସେମ୍ବର ୨୧ରେ ପ୍ରଥମେ ଦୁଇଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ରାଜ୍ୟରେ ସ୍ଥିତି ଚିନ୍ତାଜନକ ହୋଇପଡ଼ିଛି । ରାଜ୍ୟରେ କରୋନାର କାୟା ବିସ୍ତାର ହୋଇ ଚାଲିଛି । ଗତ ୨୪ଘଣ୍ଟାରେ ୪୮୨୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ମିଳିଛି ।

Leave A Reply

Your email address will not be published.