ଭୁବନେଶ୍ୱର: ଆଜି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ପରିଚାଳିତ ଯୁକ୍ତ ଦୁଇ ପରୀକ୍ଷା ଶେଷ ହେବ। ପରୀକ୍ଷା ସରିବା ମାତ୍ରେ ଖାତା ଦେଖି ଶୀଘ୍ର ପରୀକ୍ଷା ଫଳ ପ୍ରକାଶ କରିବାକୁ ଅଣ୍ଟା ଭିଡି଼ଛି ସିଏସ୍ଏସ୍ଇ। ସିଏଚ୍ଏସ୍ ଇର ବରିଷ୍ଠ ଅଧିକାରୀଙ୍କ କହିବା ଅନୁଯାୟୀ, ଆସନ୍ତା ଏପ୍ରିଲ୍ ୨ ତାରିଖରୁ ଯୁକ୍ତ ଦୁଇ ଖାତା ଦେଖା ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ଖାତା ଦେଖା ହେବ। ଏପ୍ରିଲ୍ ମାସ ଶେଷ ସୁଦ୍ଧା ଖାତା ଦେଖା ଶେଷ ହେବ। ମେ’ ମାସରେ ପରୀକ୍ଷା ଫଳ ପ୍ରକାଶ ପାଇବ।
୨ଟି ପର୍ଯ୍ୟାୟରେ ଦେଖା ହେବ ଖାତା ଏପ୍ରିଲ ୨ରୁ ୧୩ ପ୍ରଥମ ପର୍ଯ୍ୟାୟ, ୧୫ରୁ ୨୮ ଦ୍ବିତୀୟ ପର୍ଯ୍ୟାୟ ୧୫୧ ମୂଲ୍ୟାୟନ କେନ୍ଦ୍ର, ୧୬ ହଜାର ଅଧ୍ୟାପକ ନିୟୋଜିତ ହେବେ ସିଏଚ୍ଏସ୍ଇର ସୂଚନା ଅନୁଯାୟୀ, ଯୁକ୍ତ ଦୁଇ ଖାତା ଉଭୟ ଅଫଲାଇନ ଓ ଅନ୍ଲାଇନ୍ରେ ଦେଖା ହେବ। ଆସନ୍ତା ଏପ୍ରିଲ୍ ୨ରୁ ୧୩ ତାରିଖ ଯାଏ ପ୍ରଥମ ପର୍ଯ୍ୟାୟ ଖାତା ଦେଖା ହେବ । ଏପ୍ରିଲ୍ ୧୫ରୁ ୨୮ ତାରିଖ ଯାଏ ଦ୍ବିତୀୟ ପର୍ଯ୍ୟାୟ ଖାତା ଦେଖା ହେବ।
ତେବେ ପ୍ରଥମ ପର୍ଯ୍ୟାୟ ପାଇଁ ୮ ହଜାର ଓ ଦ୍ବିତୀୟ ପର୍ଯ୍ୟାୟ ପାଇଁ ୮ ହଜାର ଅଧ୍ୟାପକ ମୂଲ୍ୟାୟନ ପାଇଁ ନିୟୋଜିତ ହେବେ । ମୋଟ ୧୬ ହଜାର ଶିକ୍ଷକ ଖାତା ଦେଖା ପାଇଁ ନିୟୋଜିତ ହେବେ। ଏଥିପାଇଁ ୧୫୧ଟି ମୂଲ୍ୟାୟନ କେନ୍ଦ୍ର ପ୍ରସ୍ତୁତ କରାଯାଉଛି। ମୋଟ୍ ୨୫ ଲକ୍ଷ ଖାତା ମୂଲ୍ୟାୟନ ହେବ । ମୂଲ୍ୟାୟନ କେନ୍ଦ୍ରରେ କଡ଼ା ସୁରକ୍ଷା ରହିବ । ଖରାକୁ ଦୃଷ୍ଟିରେ ରଖି ଅଧ୍ୟାପକଙ୍କ ପାଇଁ ପାନୀୟ ଜଳଠୁ ଆରମ୍ଭ କରି ସମସ୍ତ ପ୍ରକାର ସୁବିଧା କରାଯିବ। ମେ’ ମାସରେ ପରୀକ୍ଷା ଫଳ ପ୍ରକାଶ କରିବାକୁ ଲକ୍ଷ୍ୟ ରଖିଛି ସିଏଚ୍ଏସ୍ଇ ।
BREAKING NEWS
- ମଦ ନେଲା ଜୀବନ;କକାର ଟାଙ୍ଗିଆ ଚୋଟରେ ପୁତୁରାର ଜୀବନ ଗଲା
- ରଣଜୀ ଟ୍ରଫି: କେରଳଠାରୁ ପରାସ୍ତ ହେଲା ଓଡ଼ିଶା
- ଆପଣମାନେ ଜେନ୍-ଜି ନୁହଁନ୍ତି : ସୌରଭ ଦାସ ଏବଂ ଆଶୁତୋଷ ରାଙ୍କାଙ୍କ ଆବେଦନ ଶୁଣାଣି ସମୟରେ ଦିଲ୍ଲୀ ହାଇକୋର୍ଟଙ୍କ ବଡ଼ ଟିପ୍ପଣୀ
- ନ୍ୟୁଜିଲାଣ୍ଡ ପାଇଁ ବଡ଼ ବିପଦ ସାଜିଛନ୍ତି ଭୁବନେଶ୍ୱର କୁମାର
- ଲେଜର ରଶ୍ମିର କମାଲ: ପ୍ଲାଷ୍ଟିକରୁ ତିଆରି ହେଲା ହୀରା
- ସୌଭାଗ୍ୟ ଥିଲେ ମହାପ୍ରଭୁଙ୍କ ଦର୍ଶନ ମିଳେ: ପବିତ୍ର ବିଜୟା ଦଶମୀରେ ମହାପ୍ରଭୁଙ୍କ ଦର୍ଶନ କଲେ ଅଭିନେତା ଗୋବିନ୍ଦା
- ବିସିସିଆଇ ସଭାପତିଙ୍କ ବଡ଼ ବୟାନ: ବୟସ ନୁହେଁ, ଫିଟନେସ୍ ଓ ଫର୍ମ ଦେଖି ରୋହିତ-ବିରାଟଙ୍କ ଚୟନ ହେବ
- ଜନ ସମୁଦ୍ରରେ ଶେଷ ହେଲା ଯୋଡି ଛତର ଯାତ୍ରା
- ସୁବର୍ଣ୍ଣରେଖା ନଦୀରେ ଅଘଟଣ;ବୁଡିଗଲେ ୨ ଭାଇ
- Kotia Border Dispute:ଦଳ ମତ ନିର୍ବିଶେଷରେ କୋଟିଆ ପାଇଁ ଏକାଠି ହେବା ଦରକାର: ଧର୍ମେନ୍ଦ୍ର ପ୍ରଧାନ

Comments are closed.