Latest Odisha News

BREAKING NEWS

ବିଜେପିର ଜାତୀୟ କାର୍ଯ୍ୟକାରିଣୀ ବୈଠକର ଦ୍ୱିତୀୟ ଦିନ

କନକ ବ୍ୟୁରୋ :  ବିଜେପିର ଜାତୀୟ କାର୍ଯ୍ୟକାରିଣୀ ବୈଠକର ଆଜି ହେଉଛି ଦ୍ୱିତୀୟ ଦିନ। କାର୍ଯ୍ୟକାରିଣୀକୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଆଗକୁ ୯ଟି ରାଜ୍ୟରେ ବିଧାନସଭା ନିର୍ବାଚନ ଥିବାରୁ ଏହି ବୈଠକରେ ଅନେକ ରୋଡ୍ ମ୍ୟାପ୍ ପ୍ରସ୍ତୁତ କରାଯାଇପାରେ ।

ସେପଟେ ଜାନୁଆରୀ ୨୦ରେ ଜେପି ନଡ୍ଡାଙ୍କ କାର୍ଯ୍ୟକାଳ ସରୁଛି । ତେଣୁ ଆଗାମୀ ନିର୍ବାଚନ ପାଇଁ ଜେପି ନଡ୍ଡାଙ୍କ କାର୍ଯ୍ୟକାଳ ବଢ଼ାଯାଇପାରେ ବୋଲି କାର୍ଯ୍ୟକାରିଣୀ ବୈଠକରେ ଆଲୋଚନା ହୋଇପାରେ । ସେହିପରି ବରିଷ୍ଠ ନେତାଙ୍କୁ ସଙ୍ଗଠନ ଦାୟିତ୍ୱ ଦିଆଯାଇପାରେ । ୯ଟି ରାଜ୍ୟରେ ବିଧାନସଭା ନିର୍ବାଚନ ଥିବାରୁ ସେହି ରାଜ୍ୟର କିଛି ସାଂସଦଙ୍କୁ ମନ୍ତ୍ରିମଣ୍ଡଳରେ ମଧ୍ୟ ସାମିଲ କରାଯାଇପାରେ ।

ଏହାରି ଭିତରେ ଓଡ଼ିଶା ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତିଙ୍କ କାର୍ଯ୍ୟକାଳ ଶେଷ ହୋଇଛି । ତେଣୁ ତାଙ୍କ କାର୍ଯ୍ୟକାଳ ଆଗକୁ ବଢ଼ିବା ନେଇ କାର୍ଯ୍ୟକାରିଣୀ ବୈଠକ ପରେ ନିଷ୍ପତ୍ତି ନିଆଯିବ ବୋଲି ବିଶେଷ ସୂତ୍ରରୁ ସୂଚନା ମିଳିଛି । ଏଥିସହ କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ବିଭାଗ ଦାୟିତ୍ୱ ପାଇଥିବା ଧର୍ମେନ୍ଦ୍ର ପ୍ରଧାନଙ୍କୁ ସଂଗଠନର କିଛି ଗୁରୁଦାୟିତ୍ୱ ମିଳିବା ନେଇ ଚର୍ଚ୍ଚା ହେଉଛି ।

Leave A Reply

Your email address will not be published.