ପାରାଦୀପ: ପାରାଦୀପ ଉପକୂଳରେ ଆଜିଠାରୁ ଆରମ୍ଭ ହୋଇଛି ଦୁଇଦିନିଆ ମିଳିତ ସମରାଭ୍ୟାସ ‘ସି ଭିଜିଲ’ । ଭାରତୀୟ ନୌସେନା, କୋଷ୍ଟଗାର୍ଡ ସମେତ ୧୮ଟି ସାମୁଦ୍ରିକ ଥାନାର କର୍ମଚାରୀ ଏଥିରେ ସାମିଲ ହୋଇଛନ୍ତି। ସମୁଦ୍ର ଉପକୂଳରେ ସୁରକ୍ଷା କଡାକଡି ବାହ୍ୟଶତ୍ରୁ ମୁକାବିଲାରେ ସବୁ ବିଭାଗରେ ସମନ୍ୱୟ ରକ୍ଷା ନେଇ ମିଳିତ ସମରାଭ୍ୟାସ କରାଯାଉଛି ।

‘ସି ଭିଜିଲ’ ସମରାଭ୍ୟାସରେ ଭାରତୀୟ ତଟରକ୍ଷୀ ବାହିନୀ, ନୌସେନା, ପାରାଦ୍ୱୀପ ବନ୍ଦର, ସିଆଇଏସଫ, ଓଡ଼ିଶା ପୋଲିସ, ମେରାଇନ୍ ପୋଲିସ୍, ଇଣ୍ଟେଲିଜେନ୍ସ, ଅଗ୍ନିଶମ, ମତ୍ସ୍ୟ ବିଭାଗ, ବନ ବିଭାଗ ଭଳି ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପ୍ରାୟ ୧୬ଟି ବିଭାଗ ସାମିଲ ହୋଇଛନ୍ତି । ରେଡ ଟିମ ଓ ବ୍ଲୁ ଟିମ୍ ଗଠନ କରାଯାଇଛି । ଗୋଟିଏ ଟିମ୍ ଆତଙ୍କବାଦୀ ବେଶରେ ସ୍ଥଳଭାଗରେ ପ୍ରବେଶ ପାଇଁ ଚେଷ୍ଟା କରିବେ ଏବଂ ଅନ୍ୟ ଟିମ ସେମାନଙ୍କୁ ଧରିବା ପାଇଁ ପ୍ରୟାସ କରିବେ ।

ପ୍ରଥମ ଥର ପାଇଁ ଏହା ଇଣ୍ଟନ ନାଭାଲ କମାଣ୍ଡ ବିଶାଖାପଟନମ ଓ ନାଭାଲ ଅଫିସର ଇନଚାର୍ଜ ଓଡ଼ିଶା ପକ୍ଷରୁ ମିଳିତ ଭାବରେ ଆୟୋଜିତ ହେଉଛି । ଗତ ନଭେମ୍ବର ୫ ଓ ୬ ତାରିଖରେ ଦୁଇଦିନ ଧରି ସାଗର କବଚ ଅନୁଷ୍ଠିତ ହେବାର ଦୁଇମାସ ପରେ ପୁଣି ଏକ ସମରାଭ୍ୟାସର ଆୟୋଜନ କରାଯାଇଛି ।
BREAKING NEWS
- ପୁଣି ଭାରତ – ପାକିସ୍ତାନ ମ୍ୟାଚ୍: ଜାଣନ୍ତୁ କେବେ ଖେଳାଯିବ ଏହି ହାଇ ଭୋଲ୍ଟେଜ ମ୍ୟାଚ୍
- Diveagar Beach Tragedy:ପିକନିକ୍ ହେଲା କାଳ;ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ
- ମହାନଦୀ ବିବାଦ ସମାଧାନର ନିକଟତର ହେଉଛୁ,ଅନ୍ୟ ରାଜ୍ୟମାନଙ୍କ ପାଇଁ ‘ମଡେଲ ଡିସ୍ପୁଟ ରିଜୋଲ୍ୟୁସନ୍’ହେବ: ମୁଖ୍ୟମନ୍ତ୍ରୀ
- ‘ବିଜେବି ଫ୍ରେଣ୍ଡସ୍-ଆଲୁମିନି ଆସୋସିଏସନ୍ ଅଫ୍ ବିଜେବି କଲେଜ୍’ ପକ୍ଷରୁ ‘ୟୁଥ୍ ରିମେମ୍ବରିଂ ଗାନ୍ଧୀ’ ପୁରସ୍କାର ସମାରୋହ ଆୟୋଜିତ
- ସପ୍ତମ ଓଡ଼ିଶା ଟ୍ରାଭେଲ ବଜାର ୨୦୨୬: ଭାରତର ପର୍ଯ୍ୟଟନ ବିକାଶରେ ନେତୃତ୍ୱ ନେବାକୁ ଓଡ଼ିଶା ପ୍ରସ୍ତୁତ
- Hirakud Dam:ବନ୍ଦ ହେଲା ହୀରାକୁଦର ୧୦ ଗେଟ୍;ଏତିକି ଗେଟ୍ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ
- ଟାଇମ ପତ୍ରିକାର ‘ଟାଇମ ୧୦୦ ନେକ୍ସଟ’ ତାଲିକାରେ ଭାରତର ବୈଭବ
- Regularizes Junior Teachersr:ନିୟମିତ ହେଲେ କନିଷ୍ଠ ଶିକ୍ଷକ,ନିୟମିତକରଣ ୧ ଜାନୁଆରୀ…
- ୱେଷ୍ଟଇଣ୍ଡିଜ ବିପକ୍ଷ ସିରିଜରେ ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ: ପ୍ରସିଦ୍ଧ ବାଦ,ୱାଶିଂଟନଙ୍କୁ ବିଶ୍ରାମ
- ଆଇସିସିର ନୂଆ ନିୟମ: ଆନ୍ତର୍ଜାତୀୟ କ୍ରିକେଟ୍ରେ ଆସିଲା ବଡ଼ ପରିବର୍ତ୍ତନ

Comments are closed.