Latest Odisha News

ଲୋକକଳା ମାଧ୍ୟମରେ ସଚେତନତା ସୃଷ୍ଟି ପାଇଁ ଦୁଇ ଦିନିଆ ପ୍ରଶିକ୍ଷଣ ଶିବିର ଉଦଘାଟିତ

ଭୁବନେଶ୍ବର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ଏବଂ ସୂଚନା ଓ ଲୋକ ସମ୍ପର୍କ ବିଭାଗର ମିଳିତ ପ୍ରୟାସରେ ବିଭିନ୍ନ ସରକାରୀ ଯୋଜନା ସଂପର୍କରେ ଜନସାଧାରଣରେ ସଚେତନତା ସୃଷ୍ଟି କରାଯିବା ଉଦ୍ଦେଶ୍ୟରେ ଦୁଇ ଦିନିଆ ପ୍ରଶିକ୍ଷଣ ଶିବିର ସ୍ଥାନୀୟ ଭଞ୍ଜକଳା ମଣ୍ତପରେ ଉଦ୍ଘାଟିତ ହୋଇଯାଇଛି । ଏହି ଉଦ୍ଘାଟନ ସମାରୋହରେ ମନ୍ତ୍ରୀ ଅଶ୍ବିନୀ କୁମାର ପାତ୍ର, ସଂସ୍କୃତି ନିର୍ଦ୍ଦେଶକ ଦିଲୀପ ରାଉତରାଏ, ସୂଚନା ଓ ଲୋକ ସମ୍ପର୍କ ନିର୍ଦ୍ଦେଶକ ସରୋଜ କୁମାର ସାମଲ ପ୍ରମୁଖ ଯୋଗ ଦେଇ ଲୋକକଳା ମାଧ୍ୟମରେ ବିଭିନ୍ନ ସରକାରୀ କାର୍ଯ୍ୟକ୍ରମର ପ୍ରଚାର ପ୍ରସାର ଉପରେ ଗୁରୁତ୍ବାରୋପ କରିଥିଲେ । ଏହା ସହ ଏହି କାର୍ଯ୍ୟକ୍ରମରେ ପ୍ରତ୍ୟେକ ଜିଲ୍ଲାରୁ ପ୍ରମୁଖ କଳାକାର, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଏବଂ ଜିଲ୍ଲା ସଂସ୍କୃତି ଅଧିକାରୀମାନେ ଯୋଗ ଦେଇଥିଲେ ।

BjdElectrycity

ଏହି ପ୍ରଶିକ୍ଷଣ ଶିବିର ପରେ ଗାଁରୁ ଆରମ୍ଭ କରି ସହର ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ପାଲା, ଦାସକାଠିଆ, ଘୋଡାନାଚ ଏବଂ ସମ୍ପୃକ୍ତ ଜିଲ୍ଲାର ଲୋକପ୍ରିୟ ଲୋକକଳା ମାଧ୍ୟମରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯିବ । ୫-ଟି ଉପକ୍ରମରେ ସରକାରଙ୍କ ପକ୍ଷରୁ ଜାରି ବିକାଶ ପ୍ରକ୍ରିୟାରେ ସମସ୍ତଙ୍କୁ ସାମିଲ କରିବା ଏବଂ କୌଣସି ଯୋଜନାରୁ ଯେପରି ଯୋଗ୍ୟବ୍ୟକ୍ତି ବାଦ ନପଡନ୍ତି ସେଥିପ୍ରତି ଦୃଷ୍ଟି ଦିଆଯିବ । ଆସନ୍ତା ସେପ୍ଟେମ୍ବର ମାସ ୧୫ ତାରିଖରୁ ଆରମ୍ଭ ହେବାକୁ ଥିବା ଏହି ସଚେତନତା କାର୍ଯ୍ୟକ୍ରମ ପାଇଁ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଆବଶ୍ୟକୀୟ ପାଣ୍ଠି ଯୋଗାଇ ଦିଆଯିବ ଏବଂ ସଂସ୍କୃତି ବିଭାଗ ପକ୍ଷରୁ ସମସ୍ତ ସହାୟତା ପ୍ରଦାନ କରାଯିବ ।

 

Leave A Reply

Your email address will not be published.