Latest Odisha News

BREAKING NEWS

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଦୁଇ ମୃତ, ଜଣେ ଗୁରୁତର

ଅନୁଗୁଳ: ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଅନୁଗୁଳ ଜିଲ୍ଲା ରାଜ୍ୟ ରାଜପଥ-୬୩ର ଅନୁଗୁଳ-ଛେଣ୍ଡିପଦା ରାସ୍ତାରେ ବିଳମ୍ବିତ ରାତିରେ ସଡ଼କ ଦୁର୍ଘଟଣା ହୋଇଛି । ଏଥିରେ ୨ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ କଟକ ଓ ପରେ ଭୁବନେଶ୍ୱରକୁ ସ୍ଥାନାନ୍ତର କରାଯାଇଛି ।

ସୂଚନା ଅନୁସାରେ, ଅନୁଗୁଳ ପଟରୁ ଏକ ଇନୋଭା କାର ଛେଣ୍ଡିପଦା ଆଡ଼କୁ ଯାଉଥିଲା । ଏହି ସମୟରେ ନିଶାସ୍ଥିତ ଜିନ୍ଦଲ ପ୍ଲାଣ୍ଟ ନିକଟରେ ଏକ ଟ୍ରକ ତାଙ୍କୁ ଧକ୍କା ଦେଇଥିଲା । ଫଳରେ ଘଟଣା ସ୍ଥଳରେ ଦୁଇଜଣଙ୍କ ମୃତ୍ୟୁ ହୋଇଥିଲା । ମୃତକଙ୍କ ମଧ୍ୟରେ ଜଣେ ଜରାସିଂହା ଗାଁର ସୌମ୍ୟ ସାହୁ । ଅନ୍ୟ ଜଣଙ୍କର ଏପର୍ଯ୍ୟନ୍ତ ପରିଚୟ ମିଳିପାରିନାହିଁ ।

ଗାଡ଼ିରେ ଚାରିଜଣ ବସିଥିଲେ । ଟାଙ୍ଗିରୀ ଗାଁର ଚିନ୍ମୟ ସାହୁକୁ ନିଶା ପୋଲିସ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଅନୁଗୁଳ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲା । ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ପ୍ରଥମେ କଟକ ଓ ପରେ ଭୁବନେଶ୍ୱରକୁ ସ୍ଥାନାନ୍ତର କରାଯାଇଛି । ପୋଲିସ ଘଟଣାର ତଦନ୍ତ କରୁଛି ।

Leave A Reply

Your email address will not be published.