ଜେନେରେଟର ଧୂଆଁରେ ଶ୍ୱାସରୁଦ୍ଧ ହୋଇ ଦୁଇ ଜଣଙ୍କର ମୃତ୍ୟୁ
କେନ୍ଦୁଝର: ଜେନେରେଟର ଧୂଆଁରେ ଶ୍ୱାସରୁଦ୍ଧ ହୋଇ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ କାଠବାରୀ ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି । ଅନ୍ୟ ଦୁଇ ଜଣେ ଗୁରୁତର ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଜଣଙ୍କର ସ୍ୱାସ୍ଥ୍ୟାବସ୍ଥା ସଂକଟାପନ୍ନ ଥିବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି । ଅନ୍ୟ ଜଣେ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି ।
ମୃତକମାନେ ହେଲେ କାଠବାରୀ ଗାଁର ବାଦଲ ନାଏକ ଓ ବାଇଧର ନାଏକ । ଏକ ବାହାଘର ଭୋଜି ପରେ ପ୍ରବଳ ଶୀତ ହେଉଥିବାରୁ ଜେନେରେଟର ଚାଲୁଥିବା ରୁମରେ ସମସ୍ତେ ଶୋଇଥିଲେ । ଘର ଭିତରେ କବାଟ, ଝରକା ଦେଇ ଶୋଇ ପଡ଼ିଥିବାରୁ ଧୂଆଁ ଯୋଗୁ ଅଣନିଶ୍ୱାସୀ ହୋଇ ମୃତ୍ୟୁବରଣ କରିଥିବା ସନ୍ଦେହ କରାଯାଉଛି । ପୋଲିସ ଘଟଣାର ତଦନ୍ତ ଚଳାଇଛି ।
Comments are closed.