Latest Odisha News

BREAKING NEWS

ଦୁଇ ବାଇକ ମୁହାଁମୁହିଁ ଧକ୍କା: ୨ ମୃତ, ଜଣେ ଆହତ

କୋରାପୁଟ: ଶନିବାର ଦିନ କୋରାପୁଟ ଜିଲ୍ଲା ଡଲିଆମ୍ବ ସେତୁ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁଇଟି ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ଗତ ରାତିରେ ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିବା ଦେଖିବାକୁ ମିଳିଛି। ଫଳରେ ଘଟଣାସ୍ଥଳରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି ।

ସ୍ଥାନୀୟ ଲୋକଙ୍କ ସହଯୋଗରେ ଗୁରୁତରଙ୍କ ଚିକିତ୍ସା ପାଇଁ ତାଙ୍କୁ ତୁରନ୍ତ କୋରାପୁଟ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି । ସୂଚନା ଅନୁଯାୟୀ, ମୃତ ଦୁଇ ଯୁବକଙ୍କ ଘର ଦଶମନ୍ତପୁର ବ୍ଲକ୍ ପାଲି ମାଛରା ଗାଁର ବାସିନ୍ଦା ବୋଲି କୌଣସି ଏକ ସୂତ୍ରରୁ ଜଣାପଡିଛି । ଗୁରୁତରଙ୍କ ଘର କୋରାପୁଟ ସଦର ମହାଦେଇପୁଟ ଗାଁର ବାସିନ୍ଦା । ଘଟଣା ସ୍ଥଳରେ କୋରାପୁଟ ସଦର ଥାନା ପୋଲିସ ପହଞ୍ଚି ଅଧିକ ତଦନ୍ତ ଆରମ୍ଭ କରିଛି I ଏହି ଦୁର୍ଘଟଣା ଅଞ୍ଚଳରେ ଶୋକର ଛାୟା ଖେଳାଇ ଦେଇଛି ।

Leave A Reply

Your email address will not be published.