Latest Odisha News

BREAKING NEWS

ଭୁବନେଶ୍ୱରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ୨ ମୃତ

ଭୁବନେଶ୍ୱର : ଭୁବନେଶ୍ୱରରେ ବୁଧବାର ଦିନ ଭିନ୍ନଭିନ୍ନ ସ୍ଥାନରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୨ ଜଣଙ୍କ ଶୋଚନୀୟ ମୃତ୍ୟୁ ହୋଇଛି ।

ପ୍ରାପ୍ତ ସୂଚନାନୁଯାୟୀ ବରମୁଣ୍ଡା ନିକଟସ୍ଥ ଫାୟାର ଷ୍ଟେସନ ଛକରେ ଜଣେ ଯୁବକଙ୍କୁ ଏକ ଦ୍ରୁତଗାମୀ ଟ୍ରକ୍ ଧକ୍କା ଦେବା ଫଳରେ ତାଙ୍କର ମୃତ୍ୟୁ ଘଟିଛି । ସେହିପରି ଏୟାରଫିଲ୍ଡ ଥାନା ଅନ୍ତର୍ଗତ ପୋଖରୀପୁଟ ଛକରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟି ଅନ୍ୟଜଣଙ୍କର ମୃତ୍ୟୁ ହୋଇଥିବା ନେଇ ସୂଚନା ମିଳିଛି ।

ମୃତକମାନଙ୍କ ପରିଚୟ ଏଯାବତ୍ ସ୍ପଷ୍ଟ ହୋଇନାହିଁ ।

ତେବେ ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହକୁ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲକୁ ପଠାଇଥିବା ନେଇ ସୁତ୍ରରୁ ପ୍ରକାଶ ।

Leave A Reply

Your email address will not be published.