Latest Odisha News

BREAKING NEWS

କେମିକାଲ୍ ଫ୍ୟାକ୍ଟ୍ରିରେ ବିସ୍ଫୋରଣ, ୨ ମୃତ

ମହାରାଷ୍ଟ୍ର: ମହାରାଷ୍ଟ୍ରର ରାୟଗଡ ଜିଲ୍ଲାରେ ଥିବା ଏକ କେମିକାଲ ଫ୍ୟାକ୍ଟ୍ରିରେ ବଡ ଧରଣର ବିସ୍ଫୋରଣ ହୋଇଛି। ଏଥିରେ ୨ ଜଣଙ୍କ ମୃତ୍ୟୁ ହୋଇଛି । ଅନ୍ୟ ୬ ଜଣ ଗୁରୁତର ହୋଇଛନ୍ତି । ଖବରପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଂଚି ନିଆଁକୁ ଆୟତ କରିଛନ୍ତି । ଗତ ବିଳମ୍ବିତ ରାତିରେ ମୁମ୍ବାଇଠାରୁ ପ୍ରାୟ ୭୦ କିଲୋମିଟର ଦୂରରେ ଥିବା ଏହି କେମିକାଲ କାରଖାନାରେ ଏହି ବିସ୍ଫୋରଣ ହୋଇଥିବା ଜଣାପଡିଛି ।

ପୋଲିସ ସୂଚନା ମୁତାବକ, ଏହି ଦୁର୍ଘଟଣା ଜଣେ ମହିଳାଙ୍କ ସମେତ ୨ ଜଣଙ୍କ ମୃତ୍ୟୁ ହୋଇଛି । ଅନ୍ୟପଟେ ଆହତଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତେବେ କେଉଁ କାରଣରୁ ଫ୍ୟାକ୍ଟ୍ରିରେ ନିଆଁ ଲାଗିଲା ସେ ନେଇ କୌଣସି ସୂଚନା ମିଳିନାହିଁ ।

Leave A Reply

Your email address will not be published.