Latest Odisha News

BREAKING NEWS

ଶ୍ୱାସରୁଦ୍ଧ ହୋଇ ୨ ଶ୍ରମିକ ମୃତ

ଅନୁଗୁଳ: ଅନୁଗୁଳ ଜିଲ୍ଲା କିଶୋରନଗର ଥାନା ଧଉରାପାଲି ଗାଁରେ ଅଭାନୀୟ ଘଟଣା । ସେପଟିକ୍ ଟ୍ୟାଙ୍କ ଗ୍ୟାସରେ ଶ୍ୱାସରୁଦ୍ଧ ହୋଇ ୨ ଜଣଙ୍କର ମୃତ୍ୟୁ ହୋଇଛି ।

ମୃତକଙ୍କ ମଧ୍ୟରେ ଜଣେ ମହିଳା ଓ ଅନ୍ୟ ଜଣେ ପୁରୁଷ ଥିବା ସୂଚନା ମିଳିଛି । ନିର୍ମାଣାଧୀନ ପାଇଖାନା ଟାଙ୍କିରେ ପଶି ସେଟ୍ରିଂ ଖୋଲିବା ବେଳେ ଉଭୟ ଅଣ ନିଶ୍ବାସୀ ହୋଇ ଅସୁସ୍ଥ ହୋଇପଡିଥିଲେ ।

ଏହାପରେ ସେମାନଙ୍କୁ ଉଦ୍ଧାର କରାଯାଇ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ସେଠାରେ ଉଭୟଙ୍କୁ ଡାକ୍ତର ମୃତ ଘୋଷଣା କରିଛନ୍ତି । ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି । ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ନିକଟରେ ସମ୍ବଲପୁର ଜିଲ୍ଲା ଯମନକିରା ଥାନା ପୁକୁଡ଼ା ଗାଁରେ ନିର୍ମାଣାଧୀନ ପାଇଖାନା ଟାଙ୍କିର ସେଣ୍ଟ୍ରିଂ ଖୋଳୁଥିବା ବେଳେ ଶ୍ୱାସରୁଦ୍ଧ ହୋଇ ୩ ଶ୍ରମିକ ମୃତ୍ୟୁ ହୋଇଥିଲା ।

Comments are closed.