ଭୁବନେଶ୍ୱର: ଆୟ ବହିର୍ଭୁତ ସମ୍ପତ୍ତି ଠୁଅ ଅଭିଯୋଗରେ ଗିରଫ ଆଇଏଫଏସ୍ ଅଭୟକାନ୍ତ ପାଠକଙ୍କ ପୁଅ ଆକାଶ ପାଠକଙ୍କ ନାଁରେ ଆସିଥିବା ଠକେଇର ଗୁମର । ଟାଟା ମୋଟର୍ସରେ ଚାକିରି ଦେବା ନାଁରେ ଠକେଇର ଖୋଳତାଡ ଆରମ୍ଭ କରିଛି କ୍ରାଇମବ୍ରାଞ୍ଚ । ଆଜି ବ୍ରହ୍ମପୁରରେ ପହଞ୍ଚିଛି କ୍ରାଇମବ୍ରାଞ୍ଚର ଦୁଇ ଜଣିଆ ଟିମ୍ । ଜଣେ ଇନିସପେକ୍ଟରଙ୍କ ନେତୃତ୍ୱରେ ଏହି ଟିମ ବ୍ରହ୍ମପୁର ଆସିଛି । ସେମାନେ ପ୍ରଥମେ ଦକ୍ଷିଣାଞ୍ଚଳ ରେଞ୍ଜ ଡିଆଇଜିଙ୍କ ଅଫିସରେ ବୈଠକ କରିଥିଲେ ।

ତଦନ୍ତର ପ୍ରଥମ ପର୍ଯ୍ୟାୟରେ ଏହି ଟିମ୍ ଗୋପାଳପୁର ଟାଟା ଥଇଥାନ କଲୋନିର ୨ ଜଣଙ୍କୁ ଡାକି ପଚରାଉଚରା କରିଥିବା ସୂଚନା ମିଳିଛି । ଆଇଏଫଏସ୍ ଅଭୟକାନ୍ତ ପାଠକଙ୍କ ପୁଅ ଆକାଶ ପାଠକ ନିଜକୁ ଟାଟା ମୋଟର୍ସର ଏମଡି ବୋଲି ପରିଚୟ ଦେଉଥିଲେ । ଗୋପାଳପୁର ଅଞ୍ଚଳର କିଛି ଯୁବକଙ୍କୁ ଟାଟା ମୋଟର୍ସରେ ଚାକିରି ଦେବା ନାଁରେ କୋଟି କୋଟି ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି ।

ଏହା ବ୍ୟତୀତ ଆକାଶ ପାଠକଙ୍କ ସହ ବିଧାୟତକ ପ୍ରଦୀପ ପାଣିଗ୍ରାହୀଙ୍କ ଲିଙ୍କକୁ ନେଇ ବି ଖୋଳତାଡ କରିବ ତଦନ୍ତକାରୀ ଟିମ୍ । ଆଇଏଫଅସ ଅଭୟକାନ୍ତ ପାଠକ ଓ ତାଙ୍କ ପୁଅ ଆକାଶ ପାଠକ ଗିରଫ ପରେ ଏବେ ଭୁନେଶ୍ୱର ଝାରପଡ଼ା ଜେଲରେ ଅଛନ୍ତି । ଅଭୟକାନ୍ତଙ୍କ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗର ଖୋଳତାଡ କରୁଛି ଭିଜିଲାନ୍ସର ୨୧ ଜଣିଆ ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍ ବା ଏସଆଇଟି ।
BREAKING NEWS
- ଦୁର୍ଗାପୂଜା ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ କେନ୍ଦ୍ରାଞ୍ଚଳ ଆଇଜି; ୧,୨୪୩ଟି ପୂଜା ମଣ୍ଡପରେ…
- ଲସ୍ ଆଞ୍ଜେଲସରେ ହେବ ‘ରାମାୟଣ’ର ୱାର୍ଲ୍ଡ ପ୍ରିମିୟର
- ମହାରାଷ୍ଟ୍ର ନବନିର୍ମାଣ ସେନା ମୁଖ୍ୟ ରାଜ ଠାକରେଙ୍କୁ ମୁମ୍ବାଇର ‘ଶିବତୀର୍ଥ’ ବାସଭବନରେ ଭେଟିଲେ ଅଭିନେତା ଆମିର ଖାଁ
- ରଣଜୀ ଟ୍ରଫି: ଓଡ଼ିଶାର ଭଲ ଆରମ୍ଭ ପରେ ମଜବୁତ ସ୍ଥିତିକୁ ଫେରିଲା କେରଳ, ସଚିନ୍ ବେବିଙ୍କ ଶତକ
- ବଲିଉଡ ଅଭିନେତା ଟାଇଗର ଶ୍ରଫଙ୍କ କାରକୁ ଗୁଳିମାଡ଼
- ଦକ୍ଷିଣ ଆଫ୍ରିକା-ଅଷ୍ଟ୍ରେଲିଆ ୨ୟ ଟେଷ୍ଟ୍ରେ ୧୦୦ ବର୍ଷର ଐତିହାସିକ ରେକର୍ଡ
- ଶୀତଳା ମାତା ମନ୍ଦିର ଦୁର୍ଘଟଣା; ଡ୍ରାଇଭରଙ୍କୁ ଜଣାନଥିଲା ରାସ୍ତା, ଗୁଗୁଲ୍ ମ୍ୟାପ୍ ପାଇଁ…
- ପ୍ରାଚୀନ ମିଶରରେ ବିରାଡ଼ିଙ୍କୁ ମାରିଲେ ମିଳୁଥିଲା ମୃତ୍ୟୁଦଣ୍ଡ — ଜାଣନ୍ତୁ କାହିଁକି ରହିଥିଲା ଏଭଳି କଡ଼ା କାନୁନ୍?
- ବାଲିଯାତ୍ରା ପଡ଼ିଆ ନିକଟରୁ ନାବାଳକ ମୃତଦେହ ଉଦ୍ଧାର, ହତ୍ୟା ଷଡ଼ଯନ୍ତ୍ର…
- ଭାରତ ସିରିଜ୍ରୁ ୨୮୫ କୋଟି ଟଙ୍କା ରୋଜଗାର, କିନ୍ତୁ ୱେଷ୍ଟଇଣ୍ଡିଜ୍ ପାଇବ ଶୂନ

Comments are closed.