Latest Odisha News

BREAKING NEWS

ଆଉ ୨ ମୁଣ୍ଡ ନେଲା କରୋନା, ମୃତ୍ୟୁସଂଖ୍ୟା ୧୯୨୬କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ବଢ଼ିଥିବା ବେଳେ ମୃତ୍ୟୁସଂଖ୍ୟା ପ୍ରଥମ ଲହର ଅପେକ୍ଷା କମ୍ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୩୭୪ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୨ ଜଣଙ୍କ ଜୀବନ ନେଇଛି କରୋନା । ଆଉ ୨ କରୋନା ମୃତ୍ୟୁକୁ ମିଶାଇ ରାଜ୍ୟରେ କୋଭିଡ୍ ମୃତ୍ୟୁସଂଖ୍ୟା ୧୯୨୬କୁ ବୃଦ୍ଧି ପାଇଛି ।

ସ୍ୱାସ୍ଥ୍ୟ ବିଭାଗ କୋଭିଡ୍ ୱେବସାଇଟ୍ ଅନୁଯାୟୀ ବଲାଙ୍ଗିର ଜିଲ୍ଲାରୁ ଜଣେ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ କୋଭିଡ୍ ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । ବଲାଙ୍ଗିର ଜିଲ୍ଲାରେ ଏଯାବତ୍ ୯ ହଜାର ୧୬୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୮ ହଜାର ୯୪୦ ଜଣ ସୁସ୍ଥ ହୋଇଛନ୍ତି । ଏବେ ଜିଲ୍ଲାରେ ୧୭୮ ଜଣ ସକ୍ରିୟ ସଂକ୍ରମିତ ରହିଛନ୍ତି । କୋଭିଡ୍ ମୃତ୍ୟୁସଂଖ୍ୟା ୪୩କୁ ବୃଦ୍ଧି ପାଇଛି ।

ସେହିଭଳି କେନ୍ଦ୍ରାପଡ଼ା ଜିଲ୍ଲାରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୯ ହଜାର ୨୦୬କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟାରେ ଜିଲ୍ଲାରେ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଜଣଙ୍କ ମୃତ୍ୟୁ ହୋଇଛି । ଜିଲ୍ଲାରେ ଏବେ ୨୮ ଜଣ ସକ୍ରିୟ ଆକ୍ରାନ୍ତ ରହିଥିବା ବେଳେ ଜିଲ୍ଲାରେ ମୃତ୍ୟୁସଂଖ୍ୟା ୨୯କୁ ବୃଦ୍ଧି ପାଇଛି ।

Leave A Reply

Your email address will not be published.