Latest Odisha News

ଭୁବନେଶ୍ୱରରେ ପହଞ୍ଚିଲେ ଓଡ଼ିଶାର ଦୁଇ କେନ୍ଦ୍ର ମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶା ଗସ୍ତରେ ଆସିଛନ୍ତି ଦୁଇ କେନ୍ଦ୍ର ମନ୍ତ୍ରୀ । ଭୁବନେଶ୍ୱରରେ ଆଜି ପହଞ୍ଚିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । କେନ୍ଦ୍ରରେ ନୂଆ ମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ ପରେ ପ୍ରଥମ ଓଡ଼ିଶା ଗସ୍ତରେ ଆସିଛନ୍ତି ଦୁଇ ମନ୍ତ୍ରୀ । ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସେମାନଙ୍କୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା । ବିଜେପିର ବହୁ ନେତା ଓ କର୍ମୀ ତାଙ୍କୁ ଭବ୍ୟ ସ୍ୱାଗତ କରିଥିଲେ ।

ଆଜିଠାରୁ ବିଜେପିର ଜନ ଆଶୀର୍ବାଦ ଯାତ୍ରା ଆରମ୍ଭ ହେଉଛି । ଏଥିରେ ସାମିଲ୍‌ ହେବେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ରେଳମନ୍ତ୍ରୀ ଅଶ୍ୱୀନି ବୈଷ୍ଣବ । ବିମାନବନ୍ଦରରୁ ଶୋଭାଯାତ୍ରାରେ ପୁରୀ ଯିବେ । ଶ୍ରୀଜିଉଙ୍କୁ ଦର୍ଶନ କରିବେ ଦୁଇ କେନ୍ଦ୍ର ମନ୍ତ୍ରୀ । ପୁରୀ ଯିବା ରାସ୍ତାରେ ବିଭିନ୍ନ ସ୍ଥାନରେ ସେମାନଙ୍କୁ ସମ୍ବର୍ଦ୍ଧିତ କରିବା କାର୍ଯ୍ୟକ୍ରମ ରହିଛି । ଏହି ଅବସରରେ ଦୁଇ ମନ୍ତ୍ରୀ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବକୁଳ ବନ ପରିଦର୍ଶନ‌ରେ ଯିବାର କାର୍ଯ୍ୟକ୍ରମ ରହିଛି ।

Leave A Reply

Your email address will not be published.