କୋଣାର୍କ: କୋଣାର୍କ ପୁରୀ ମେରାଇନ୍ ଡ୍ରାଇଭରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଛି । ଏକ ଟୁରିଷ୍ଟ ବସ୍କୁ ଧକ୍କା ଦେଇଛି ଯାତ୍ରୀବାହୀ ବସ୍ । ଏହି ଦୁର୍ଘଟଣାରେ ୨୪ ଜଣ ଯାତ୍ରୀ ଆହତ ହୋଇଛନ୍ତି । ସେମନଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ସଂକଟାପନ୍ନ ରହିଛି । ଆହତଙ୍କୁ ପ୍ରଥମେ କୋଣାର୍କ ମେଡିକାଲ ଓ ପରେ ଗୁରୁତରଙ୍କୁ ପୁରୀ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।
ଆଜି ମଧ୍ୟାହ୍ନରେ ଏହି ଦୁର୍ଘଟଣା ଘଟିଛି । କୋଣାର୍କରୁ ପୁରୀ ଯାଉଥିବା ଟୁରିଷ୍ଟ ବସ୍ ‘ସାଇରାମ’ ପଛକୁ ଯାତ୍ରୀବାହୀ ବସ୍ ଧକ୍କା ଦେଇଥିଲା । ପୋଲିସ ଓ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଂଚି ଆହତ ଯାତ୍ରୀଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତି କରିଛନ୍ତି । ସେପଟେ ପୋଲିସ ଯାତ୍ରୀବାହୀ ବସ୍ ଡ୍ରାଇଭରକୁ ଅଟକ ରଖି ପଚରାଉଚରା କରୁଛି । ଟୁରିଷ୍ଟ ବସ୍ରେ ୪୦ରୁ ଅଧିକ ଯାତ୍ରୀ ଥିବାବେଳେ ଯାତ୍ରୀବାହୀ ବସ୍ରେ ୩୦ରୁ ଅଧିକ ଯାତ୍ରୀ ଥିଲେ।
BREAKING NEWS
- ୧୪ ବିଶ୍ୱବିଦ୍ୟାଳୟର କୁଳପତି ନିଯୁକ୍ତ;ଉଚ୍ଚଶିକ୍ଷା ମନ୍ତ୍ରୀ ଜଣାଇଲେ ଅଭିନନ୍ଦନ
- Financial literacy: ଷଷ୍ଠରୁ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ପଢିବେ ଆର୍ଥିକ ସାକ୍ଷରତା ପାଠ;ସ୍ବତନ୍ତ୍ର ପ୍ରଶିକ୍ଷଣ ନେବେ ଶିକ୍ଷକ-ଶିକ୍ଷୟିତ୍ରୀ
- BJD Suspend: ମଞ୍ଜୁଲତା ଓ ମୁକ୍ତିକାନ୍ତ ବିଜେଡିରୁ ସସ୍ପେଣ୍ଡ୍
- ଅଶ୍ୱିନୀ କୁମାର ମିଶ୍ରଙ୍କୁ ବିଷୁବ ପୁରସ୍କାର ଓ ଏହିମାନେ ପାଇବେ ‘ଝଙ୍କାର’ ପୁରସ୍କାର
- Terror network:ଆତଙ୍କବାଦୀ ମଡ୍ୟୁଲ୍ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ;ପାକିସ୍ତାନ ସହ ଜଡିତ ୨ଅସ୍ତ୍ରଶସ୍ତ୍ର ଚୋରାଚାଲାଣକାରୀ ଗିରଫ
- Metro Rail Project in Odisha: ମେଟ୍ରୋ ପ୍ରକଳ୍ପ ବାତିଲ ନିଷ୍ପତ୍ତି ବିଜେପି ସରକାରଙ୍କ ହୀନମନ୍ୟତାର ପରିଚୟ: ବିଜେଡି
- ଆଇପିଏଲରୁ ଅବସର କାହିଁକି ନେଲେ କହିଲେ ଅଶ୍ୱୀନ
- ଟି୨୦: ଟିମ ଇଣ୍ଡିଆରେ ସ୍ଥାନ ପାଇବା ପାଇଁ ୮ ଓପନରଙ୍କ ମଧ୍ୟରେ ହେବ ପ୍ରତିଦ୍ୱନ୍ଦ୍ୱିତା
- ଉତ୍କଳିକା – କୋଚିନ ଓଡ଼ିଆ ସଂଘ ଦ୍ୱାରା ୧୬ତମ ପ୍ରତିଷ୍ଠା ଦିବସ ଓ ଉତ୍କଳ ଦିବସ ପାଳିତ
- ସିଙ୍ଗାପୁରରେ ପାଳିତ ହେଲା ଉତ୍କଳ ଦିବସ ୨୦୨୬, ମନମୁଗ୍ଧ କଲେ ଆନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦାମ ପ୍ରଧାନ
Comments are closed.