Latest Odisha News

ଓଡ଼ିଶାର ଦୁଇଟି ବିଶ୍ୱବିଦ୍ୟାଳୟରେ ନୂତନ କୁଳପତି ନିଯୁକ୍ତ

ଭୁବନେଶ୍ୱର: ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଏବଂ ପୁରୀସ୍ଥିତ ଶ୍ରୀ ଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟର ନୂତନ କୁଳପତିଙ୍କୁ ନିଯୁକ୍ତି ପ୍ରଦାନ କରିଛନ୍ତି ଓଡ଼ିଶା ରାଜ୍ୟପାଳ ତଥା କୁଳାଧିପତି ପ୍ରଫେସର ଗଣେଶୀ ଲାଲ୍ ।

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ନୂତନ କୁଳପତି ଭାବେ ପ୍ରଫେସର ଗୋବିନ୍ଦ ଜେ ଚକ୍ରପାଣି ନିଯୁକ୍ତ ହୋଇଛନ୍ତି । ସେହିପରି ଭାବେ ଶ୍ରୀ ଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟର କୁଳପତି ଭାବେ ପ୍ରଫେସର ହରିହର ହୋତାଙ୍କୁ ରାଜ୍ୟପାଳ ନୂତନ କୁଳପତି ଭାବେ ନିଯୁକ୍ତ କରିଛନ୍ତି ।

ମିଳିଥିବା ସୂଚନାନୁଯାୟୀ, ସୋମବାର ଏକ ବିଜ୍ଞପ୍ତି ମାଧ୍ୟମରେ ଓଡ଼ିଶା ରାଜ୍ୟପାଳ ତଥା କୁଳାଧିପତି ପ୍ରଫେସର ଗଣେଶୀ ଲାଲ୍ ଏହି ନୂତନ ନିଯୁ୍କ୍ତି ସମ୍ପର୍କରେ ଘୋଷଣା କରିଛନ୍ତି ।

Leave A Reply

Your email address will not be published.