ମୁମ୍ବାଇ: ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ । ମୁମ୍ୱାଇର ଏକ ଘରୋଇ ହସ୍ପିଟାଲରେ ନିଆଁ ଲାଗି ୧୦ ଜଣ ପ୍ରାଣ ହରାଇଛନ୍ତି । କିଛି ରୋଗୀ ନିଆଁ ଓ ଧୂଆଁରେ ଅଣନିଶ୍ୱାସୀ ହୋଇଛନ୍ତି । ସେମାନଙ୍କ ଅବସ୍ଥା ସଂକଟାପନ୍ନ ରହିଛି । ୭୦ରୁ ଅଧିକ ରୋଗୀଙ୍କୁ ଉଦ୍ଧାର କରି ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି । ସୂଚନା ମିଳିଛି, ହସ୍ପିଟାଲରେ ଅଧିକାଂଶ କରୋନା ସଂକ୍ରମିତ ଥିଲେ । ଆଗକୁ ଅଧିକ ହୋଇପାରେ ମୃତ୍ୟୁସଂଖ୍ୟା ।
ଗତକାଲି ରାତି ପାଖାପାଖି ସାଢ଼େ ୧୨ଟା ବେଳେ ହସ୍ପିଟାଲରେ ନିଆଁ ଲାଗିଥିଲା । ସପିଂ ମଲ ଥିବା ବିଲଡିଂରେ ହସ୍ପିଟାଲଟି ଚାଲୁଥିଲା । ହଠାତ୍ ହସ୍ପିଟାଲ ଭିତରୁ ନିଆଁ ଓ ଧୂଆଁ ବାହାରିଥିଲା । ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲେ ଅଗ୍ନିଶମ ବାହିନୀର ୨୨ଟି ଟିମ୍ । ରୋଗୀଙ୍କୁ ଉଦ୍ଧାର କରି ଅନ୍ୟ ହସ୍ପିଟାଲରୁ ସ୍ଥାନାନ୍ତର କରିଥିଲେ । ଏପରିକି ହସ୍ପିଟାଲର କାଚ ଭାଙ୍ଗି ରୋଗୀଙ୍କୁ ଉଦ୍ଧାର କରାଯାଇଥିଲା। ଦୀର୍ଘ ଘଣ୍ଟା ପରେ ବି ନିଆଁକୁ ଆୟତ୍ତ କରିବା କାମ ଜାରି ରହିଛି । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି ।
BREAKING NEWS
- ଆନ୍ତର୍ଜାତୀୟ ସ୍ତରରେ ସଫଳତା ପାଇଁ ଓଡ଼ିଶାର କ୍ରୀଡ଼ାବିତ୍ଙ୍କୁ ସମ୍ମାନିତ କଲେ କ୍ରୀଡ଼ା ମନ୍ତ୍ରୀ
- ଝିଅ ବେକରେ ଛୁରୀ ଲଗେଇ କାଉନସିଲରଙ୍କ ଘରୁ ଲୁଟ୍
- ଦର୍ଶକଙ୍କ ଉଡ଼ାଇବ ହୋସ୍ ଓଡ଼ିଆ ହରର ଥ୍ରୀଲର ଫିଲ୍ମ ‘ମିଡ୍ ନାଇଟ’; ଏହି ଦିନ ପରଦାକୁ ଆସିବ
- ବିଶ୍ୱ ବ୍ୟାଙ୍କ ଠାରୁ ଋଣ କରିବାକୁ ଚାହୁଁଛନ୍ତି କି ରାଜ୍ୟ ସରକାର: ବିଜେଡି
- ୨୧ ଫେରିବାଲାଙ୍କୁ ବାନ୍ଧିଲା ପୋଲିସ; ୧୦୬୬ ମୋବାଇଲ ସହ ଅଳଙ୍କାର,ବାଇକ୍ ଜବତ
- ୩ ବରିଷ୍ଠ ଆଇଏଏସଙ୍କୁ ପଦୋନ୍ନତି ଦେଲେ ଓଡ଼ିଶା ସରକାର
- ଅଷ୍ଟ୍ରେଲିଆନ ଓପନ ଟେନିସ: ର୍ୟାବକିନା ଜିତିଲେ ମହିଳା ସିଙ୍ଗଲ୍ସ ଟାଇଟଲ
- ଇରାନରେ ଜୋରଦାର ବିସ୍ଫୋରଣ; ପୋର୍ଟ ଓ ଆବାସିକ କୋଠା କ୍ଷତିଗ୍ରସ୍ତ…
- ୧୦ ବିଭାଗର ୧୨ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁର; ନିର୍ମାଣ ହେବ ପ୍ରତିରକ୍ଷା ଏବଂ ଏରୋସ୍ପେସ ସାମଗ୍ରୀ
- ମୋଦିଙ୍କ ଗସ୍ତ ପୂର୍ବରୁ ବୋମା ଧମକ, ଆଲର୍ଟରେ ପ୍ରଶାସନ…
Comments are closed.