Latest Odisha News

BREAKING NEWS

ଓଡ଼ିଶା ଉପରେ ଦୁଇଟି ସକ୍ରିୟ ଘୂର୍ଣ୍ଣିବଳୟ, ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ୪ଦିନ ହେବ ରାଜ୍ୟରେ ବର୍ଷା ନ ଥିବାବେଳେ ଖରା ଓ ଗୁଳୁଗୁଳି ଜାରି ରହିଛି। ଏପରିସ୍ଥିତିରେ ଓଡ଼ିଶା ଉପରେ ଦୁଇଟି ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ୨୪ ଘଣ୍ଟାରେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ସମ୍ଭାବନା। ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଅନ୍ୟପଟେ ନୟଗଡରେ ସର୍ବାଧିକ ୩୫ ମିଲିମିଟର ବର୍ଷା ହୋଇଥିବା ରେକର୍ଡ ହୋଇଛି।

ଏଥିପାଇଁ ପାଗ ଅନୁକୂଳ ହେଉଥିବାବେଳେ ୨୧ ଜିଲ୍ଲାକୁ ଝଡ଼ବର୍ଷା ନେଇ ସତର୍କ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଶୁକ୍ରବାର ରାଜ୍ୟର ଅଧିକାଂଶ ସ୍ଥାନରେ ପାଗ ଶୁଖିଲା ରହିବା ସହିତ ତାପମାତ୍ରା ଅଧିକ ରହିଥିଲା। ତେବେ ଶନିବାରଠାରୁ ଆସନ୍ତା ୬ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜ୍ଲାଲାରେ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ବିଶେଷକରି କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି ଏବଂ ନବରଙ୍ଗପୁର ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲ୍ଲାକୁ ଝଡ଼ବର୍ଷା ପାଇଁ ସତର୍କ କରାଯାଇଛି। ସେହପରି ଶନିବାର ମଧ୍ୟ ସୁନ୍ଦରଗଡ଼, ବରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବଲାଙ୍ଗୀର, କଳାହାଣ୍ଡି ଜିଲାକୁ ପ୍ରବଳ ବର୍ଷା ପାଇଁ ଏବଂ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲ୍ଲାକୁ ଝଡ଼ବର୍ଷା ପାଇଁ ସତର୍କ ସୂଚନା ଦିଆଯାଇଛି।

Leave A Reply

Your email address will not be published.