ବ୍ରହ୍ମପୁର: ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଅନ୍ତର୍ଗତ ଖମାରପଲ୍ଲୀ ଗ୍ରାମର ନୂଆସାହି ହରିଜନ ସାହିର ଦୁଇ ଜଣ ଭଉଣୀ ପୋଖରୀରେ ଗାଧୋଉଥିବା ବେଳେ ବୁଡ଼ିଯାଇ ପ୍ରାଣ ହରାଇଛନ୍ତି। ମୃତକମାନେ ହେଲେ ବୁଲୁ ନାଇକଙ୍କ ଦୁଇ ଝିଅ ୧୦ବର୍ଷର ଝିଅ ସାଲିନ ଏବଂ ୮ବର୍ଷର ସୋନାଲିକା। ରବିବାର ପୂର୍ବାହ୍ନରେ ଉଭୟ ଗାଧୋଉଥିବା ପାଇଁ ପୋଖରୀକୁ ଯାଇଥିଲେ। ଘରକୁ ଫେରିବାରେ ବିଳମ୍ୱ ହେବାରୁ ଘର ଲୋକେ ବହୁ ଖୋଜାଖୋଜି ପରେ ମଧ୍ୟ୍ୟ ଉଭୟଙ୍କୁ ପାଇ ନ ଥିଲେ। ପୋଖରୀରେ ଭାସୁଥିବା ଗ୍ରାମବାସୀ ଦେଖି ସ୍ଥାନୀୟ ସରପଞ୍ଚ ସାଇରମ ଆରୁଖଙ୍କୁ ସୂଚନା ଦେଇଥିଲେ। ଜଗନ୍ନାଥ ପ୍ରସାଦ ଥାନାଧିକାରୀ ଦିଲ୍ଲିପ କୁମାର ସ୍ୱାଇଁଙ୍କୁ ଯୋଗାଯୋଗ କରିଥିଲେ। ପରେ ଦମକଳ ବାହିନୀ ପହଁଞ୍ଚିବା ପୂର୍ବରୁ ଗ୍ରାମବାସୀ ଉଭୟଙ୍କୁ ଉଦ୍ଧାର କରିଦେଇଥିଲେ। ଉଭୟଙ୍କୁ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତି କରାଯାଇଥିଲା। ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ। ଏନେଇ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି। ସାଲିନ ଚତୁର୍ଥ ଶ୍ରେଣୀ ପଢ଼ୁଥିବା ବେଳେ ମୃତ ସୋନାଲିକା ତୃତୀୟ ଶ୍ରେଣୀରେ ପଢ଼ୁଥିଲେ। ପୂର୍ବରୁ ବାପା ବୁଲୁଙ୍କ ମୃତ୍ୟୁ ହୋଇଯାଇଥିଲା। ମା’ ସୁମିତ୍ରା ଉଭୟଙ୍କ ଲାଳନପାଳନ କରୁଥିଲେ।
BREAKING NEWS
- ମହାରାଷ୍ଟ୍ରକୁ ଚାଲାଣ ବେଳେ ୧୨୦କିଲୋରୁ ଅଧିକ ଗଞ୍ଜେଇ ଜବତ
- ନୀତି ଆୟୋଗର ଉପାଧ୍ୟକ୍ଷଙ୍କ ସହ ମୁଖ୍ୟ ଶାସନ ସଚିବଙ୍କ ବୈଠକ;ଓଡ଼ିଶାର ସାମଗ୍ରିକ ବିକାଶ ନେଇ ଆଲୋଚନା
- ୧୯ ବର୍ଷରୁ କମ ବିଶ୍ୱକପ କ୍ରିକେଟ: ନ୍ୟୁଜିଲାଣ୍ଡକୁ ହରାଇଲା ଭାରତ
- Explosives recovered: ନକ୍ସଲଙ୍କ ବଡ ଷଡଯନ୍ତ୍ର ପଣ୍ଡ; ୧୬ଟି ଆଇଇଡି ସହ ବିପୁଳ ପରିମାଣର ବିସ୍ଫୋରକ ଜବତ
- BJD: ବିଜେପି ଶାସନରେ ସାଇବର ଅପରାଧ ଓ ଫେକ୍ ନ୍ୟୁଜରେ ବୃଦ୍ଧି ଘଟିଛି: ବିଜେଡି
- ଆମ ବସ୍ ଭଙ୍ଗାରୁଜା ଘଟଣା; ଦୁଇ ଅଭିଯୁକ୍ତ ଗିରଫ
- Tragic landslide in Indonesia: ଭୟଙ୍କର ଭୂସ୍ଖଳନ: ୨୧ ଜଣଙ୍କର ମୃତ୍ୟୁ, ୮୦ରୁ ଅଧିକ ନିଖୋଜ
- ଏକ ଆବାସିକ କୋଠାରେ ଗୁଳି ଚଳାଇବା ଅଭିଯୋଗରେ ଅଭିନେତା କମଲ ଆର ଖାନ ଗିରଫ
- ବାଂଲାଦେଶ ପରେ ବିଶ୍ୱକପରୁ ଓହରିଯିବ କି ପାକିସ୍ତାନ
- ଆଇସିସି ଟି୨୦ ବିଶ୍ୱକପ: ବାଂଲାଦେଶ ଆଉଟ, ସ୍କଟଲାଣ୍ଡ ଇନ
Comments are closed.