ଜଗତପୁର: କଟକର ଜଗତପୁର ଅନ୍ତର୍ଗତ ବାଲିସାହି ନିକଟ ମହାନଦୀରେ ଆଜି ଦୁଇ ଜଣ ଛାତ୍ର ବୁଡ଼ି ଯାଇଛନ୍ତି। ଦୁଇଜଣ ନିଖୋଜ ଅଛନ୍ତି। ଜଣଙ୍କ ନାଁ ଆର୍ଯ୍ୟନ ନାୟକ ହୋଇଥିବା ବେଳେ ଆଉ ଜଣେ ମନୋରଞ୍ଜନ ବେହେରା। ଦୁଇ ଜଣ ଛାତ୍ର ବ୍ୟାରେଜ କଲୋନୀ ଅଞ୍ଚଳର ହୋଇଥିବା ବେଳେ ରାଜକିଶୋର ବିଦ୍ୟାପୀଠରେ ଅଷ୍ଟମ ଶ୍ରେଣୀରେ ପଢୁଥିଲେ। ଅଗ୍ନିଶମ ବାହିନୀ ତାଙ୍କୁ ଖୋଜାଖୋଜି କରୁଥିବା ଜଣାଯାଇଛି। ରାଜକିଶୋର ବିଦ୍ୟାପୀଠରେ ଆଜି ଷାଣ୍ମାସିକ ପରୀକ୍ଷା ଥିଲା। ପରୀକ୍ଷା ଶେଷ ହେବା ପରେ ଆର୍ଯ୍ୟନ ଓ ମନୋରଞ୍ଜନଙ୍କ ସମେତ ତାଙ୍କ ଶ୍ରେଣୀର ୧୧ ରୁ ଉର୍ଦ୍ଧ୍ଵ ଛାତ୍ର ନଦୀକୁ ଗାଧୋଇବାକୁ ଯାଇଥିଲେ। ଗାଧୋଉଥିବା ସମୟରେ ଗୋଡ ଖସି ଯିବାରୁ ଆର୍ଯ୍ୟନ ଓ ମନୋରଞ୍ଜନ ବୁଡ଼ି ଯାଇଥିଲେ। ଅନ୍ୟ ଛାତ୍ରମାନେ ଏ ସଂପର୍କରେ ସ୍କୁଲର ପ୍ରଧାନ ଶିକ୍ଷକଙ୍କୁ ଜଣାଇବା ପରେ ପ୍ରଧାନ ଶିକ୍ଷକ ଘଟଣା ସଂପର୍କରେ ସେମାନଙ୍କ ପରିବାର ଲୋକଙ୍କୁ ଜଣାଇଥିଲେ। ଏହା ସହିତ ଖବର ପାଇ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚିଥିଲା।
BREAKING NEWS
- ପିଙ୍କବଲ ଟେଷ୍ଟ: ଅଷ୍ଟ୍ରେଲିଆ ୪୪ ରନରେ ଅଗ୍ରଣୀ
- ଏଣିକି ମହିଳା କର୍ମଚାରୀଙ୍କୁ ମିଳିବ ପେଡ୍ ପିରିୟଡ୍ ଲିଭ୍
- ଏଏନ୍ଏମ୍ ପରୀକ୍ଷା ପ୍ରଶ୍ନପତ୍ର ଲିକ୍…
- ଡିସେମ୍ବର ୫ରୁ ୧୫; ବିମାନ ବାତିଲ ଉପରେ ମିଳିବ ସମ୍ପୂର୍ଣ୍ଣ ରିଫଣ୍ଡ
- କୋହଲିଙ୍କ ଶତକ ଯୋଗୁ ବୃଦ୍ଧି ହେଲା ଟିକେଟ ବିକ୍ରି
- ରାଜ୍ୟରେ ଖାଲି ପଡିଛି ୧୦୦ ବିଇଓ ପଦବୀ
- Textbooks: ପ୍ରଥମରୁ ଦ୍ୱାଦଶ ଯାଏଁ ପରିବର୍ତ୍ତନ ହେବ ପାଠ୍ୟ ପୁସ୍ତକ…ପିଲା ପଢିବେ ନୂଆ ବହି
- ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ
- ବିମାନ ବାତିଲ ପାଇଁ ହଟହଟା ନବବିବାହିତ; ଭିସିରେ ଯୋଗଦେଲେ…
- ଜାତୀୟ ମୁଦ୍ରାରେ ନେଣଦେଣ କରିବା ଆଡ଼କୁ ଯାଉଛି ଭାରତ-ରୁଷ
Comments are closed.