Latest Odisha News

BREAKING NEWS

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଫସିଲେ ଦୁଇ ଟେକ୍ସଟାଇଲ ଇନ୍ସପେକ୍ଟର

ବୌଦ୍ଧ: ଭିଜିଲାନ୍ସ ଜାଲରେ ଦୁଇ ଟେକ୍ସଟାଇଲ ଇନ୍ସପେକ୍ଟର । ଜଣେ ବ୍ୟକ୍ତିଙ୍କ ନିକଟରୁ ୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଶୁକ୍ରବାର ଧରାପଡ଼ିଛନ୍ତି ବୟନ ଶିଳ୍ପ ଇନ୍ସପେକ୍ଟର କୃଷ୍ଣଚନ୍ଦ୍ର ସାହୁ ଏବଂ ଆଦିତ୍ୟ କୁମାର ଦାସ ।

ସୂଚନା ଅନୁସାରେ, ବାଉଁଶୁଣୀ ସମବାୟ ସମିତିର ବିଲ୍ ରିଲିଜ୍ କରିବା ନିମନ୍ତେ ଉଭୟ ଇନ୍ସପେକ୍ଟର କୃଷ୍ଣଚନ୍ଦ୍ର ସାହୁ ଏବଂ ଆଦିତ୍ୟ କୁମାର ଦାସ ଜଣେ ବ୍ୟକ୍ତିଙ୍କୁ ୫ ହଜାର ଟଙ୍କା ମାଗିଥିଲେ । ଏନେଇ ବ୍ୟକ୍ତି ଜଣକ ଭିଜିଲାନ୍ସକୁ ଜଣାଇଥିଲେ । ଇନ୍ସପେକ୍ଟର କୃଷ୍ଣଚନ୍ଦ୍ର ସାହୁ ଏବଂ ଆଦିତ୍ୟ କୁମାର ଦାସ ଆଜି ଅଭିଯୋଗକାରୀଙ୍କ ଠାରୁ ଲାଞ୍ଚ ନେବାର ଅଳ୍ପ ସମୟ ମଧ୍ୟରେ ପୂର୍ବ ନିର୍ଦ୍ଧାରିତ ଯୋଜନା ଅନୁସାରେ ଭିଜିଲାନ୍ସ ବିଭାଗର କର୍ମଚାରୀମାନେ ତାଙ୍କୁ ମାଡ଼ିବସିଥିଲେ ।

ଭିଜିଲାନ୍ସ ପକ୍ଷରୁ ଦୁଇ କର୍ମଚାରୀଙ୍କ ଠାରୁ ୫ ହଜାର ଟଙ୍କା ଜବତ କରାଯାଇଛି । ଏହି ପରିପ୍ରେକ୍ଷୀରେ ଭିଜିଲାନ୍ସ ଏକ ମାମଲା ରୁଜୁ କରି ଉଭୟ ଅଭିଯୁକ୍ତ ଇନ୍ସପେକ୍ଟର କୃଷ୍ଣଚନ୍ଦ୍ର ସାହୁ ଏବଂ ଆଦିତ୍ୟ କୁମାର ଦାସଙ୍କ ବିଷୟରେ ଅଧିକ ତଦନ୍ତ ଚଳାଇଛି ।

Leave A Reply

Your email address will not be published.