ନୂଆଦିଲ୍ଲୀ: କଂଗ୍ରେସର ପୂର୍ବ ପ୍ରଦେଶ ଅଧ୍ୟକ୍ଷ ରାଜ ବାବରଙ୍କୁ ଏମପି-ଏମଏଲଏ କୋର୍ଟ ୬୫୦୦ ଟଙ୍କା ଜରିମାନା ଓ ୨ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି । ବଜୀରଗଂଜ କୋତୱାଲୀରେ ତାଙ୍କ ବିରୋଧରେ ଏଫଆଇଆର ରୁଜୁ କରାଯାଇଥିଲା । ମତଦାନ କେନ୍ଦ୍ର ମଧ୍ୟରେ ପ୍ରବେଶ କରି ପୋଲିଂ ଏଜେଂଟଙ୍କ ସମେତ ଡ୍ୟୁଟିରେ ଥିବା ଅନ୍ୟମାନଙ୍କୁ ଖରାପ ବ୍ୟବହାର ଦେଖାଇଥିବା ନେଇ ତାଙ୍କ ବିରୋଧରେ ଅଭିଯୋଗ ହୋଇଥିଲା । ଏହି ମାମଲାରେ କୋର୍ଟ ଶୁଣାଣୀ କରି ଉପରୋକ୍ତ ଦଣ୍ଡାଦେଶ ଦେଇଛି । ରାଜ ବାବର, ଅରବିନ୍ଦ ଯାଦବ ସମେତ ଅନ୍ୟ କେତେଜଣଙ୍କ ବିପକ୍ଷରେ ୧୯୯୬ରେ ପୋଲିଂ ଅଧିକାରୀ ଶ୍ରୀକୃଷ୍ଣ ସିଂ ରାଣା ଥାନାରେ ଅଭିଯୋଗ କରିଥିଲେ । ୨୩ ମାର୍ଚ୍ଚ ୧୯୯୬ରେ ରାଜ ବାବର ଓ ଅରବିନ୍ଦ ଯାଦବଙ୍କ ବିରୋଧରେ ଅଭିଯୋଗ ପତ୍ର ଦାଖଲ କରାଯାଇଥିଲା । ତେବେ ଶୁଣାଣୀରେ ବିଳମ୍ବ ନେଇ ଉକ୍ତ ରାଜନେତା ପ୍ରଶ୍ନ ଉଠାଇଛନ୍ତି ।
BREAKING NEWS
- ଫ୍ଲାଏଦୁବାଇ ବିମାନ ଦୁର୍ଘଟଣା ଷଡ଼ଯନ୍ତ୍ର: ଭାରତୀୟ ପାଇଲଟଙ୍କ ସାହସିକତା ଯୋଗୁଁ ଟଳିଲା ବଡ଼ ବିପଦ
- Odisha CEO:ସ୍ୱେଚ୍ଛାକୃତ ଅବସର ପାଇଁ ଆବେଦନ କଲେ ମୁଖ୍ୟ ନିର୍ବାଚନ ଅଧିକାରୀ ଆର.ଏସ୍ ଗୋପାଳନ
- MEA issues advisory for Indians:ସେନାରେ ଯୋଗଦେବା ପାଇଁ ଋଷିଆ ଯିବାର ‘ବିପଜ୍ଜନକ ପଥ’ରୁ ଦୂରେଇ ରୁହନ୍ତୁ: ବୈଦେଶିକ ମନ୍ତ୍ରଣାଳୟ
- ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ନୂଆ ମୋଡ଼: ଗିରଫଦାରୀ ଭୟରେ ବିଦ୍ୟାଭାରତୀ, ସୁପ୍ରିମକୋର୍ଟରୁ ମିଳିଲାନି ଆଶ୍ୱସ୍ତି
- Modi, Trump talk on phone:ପ୍ରଧାନମନ୍ତ୍ରୀ ମୋଦୀ ଏବଂ ଟ୍ରମ୍ପଙ୍କ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା; ଏହି ସମସ୍ତ ବିଷୟ ଉପରେ …
- ସିଏଜି ସ୍କାନରରେ ଓଡ଼ିଶାର ଡିଏମ୍ଏଫ୍ ପାଣ୍ଠି: ଖଣି ପ୍ରଭାବିତ ନଥିବା ଅଞ୍ଚଳରେ ଖର୍ଚ୍ଚ ହୋଇଛି ୯୮୩ କୋଟି ଟଙ୍କା
- ଏକାଠି କାମ କରିବେ ସୈଫ୍-ପ୍ରିୟଙ୍କା: ରିତେଶ ବାତ୍ରାଙ୍କ ନିର୍ଦ୍ଦେଶନାରେ ତିଆରି ହେବ ଦମଦାର୍ ଫିଲ୍ମ
- ରାଜଧାନୀ ଉପକଣ୍ଠରେ ବେଆଇନ ଗ୍ୟାସ୍ କାରବାରର ପର୍ଦ୍ଦାଫାଶ: ୭୯ଟି ଏଲପିଜି ସିଲିଣ୍ଡର ଜବତ
- ଆଇଟି କ୍ଷେତ୍ରରେ ଓଡ଼ିଶାକୁ ବଡ଼ ସଫଳତା: ୨୨ ହଜାର କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଏଆଇ ପ୍ରକଳ୍ପକୁ ରାଜ୍ୟ ସରକାରଙ୍କ ସବୁଜ ସଙ୍କେତ
- ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ଗର୍ଜିଲା ହିଟ୍ମ୍ୟାନ୍ଙ୍କ ବ୍ୟାଟ୍: ଶତକ ହାସଲ ପରେ ପଡ଼ିଆ ମଝିରେ ନାଚିଲେ ରୋହିତ

Comments are closed.