ଭୁବନେଶ୍ୱର: ଦୁଷ୍କର୍ମ ଅଭିଯୋଗରେ ଗିରଫ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନଙ୍କୁ ପଦ ଓ ଦଳରୁ ନିଲମ୍ବନ କରାଯାଇଛି। ଅନ୍ୟପଟେ ଏହି ଘଟଣାର ଅନୁଧ୍ୟାନ ପାଇଁ ପ୍ରଦେଶ କଂଗ୍ରେସ ପକ୍ଷରୁ ଏକ କମିଟି ଗଠନ କରାଯାଇଛି। ସସ୍ମିତା ବେହେରାଙ୍କ ନେତୃତ୍ବରେ ୬ ଜଣିଆ କମିଟି ଗଠନ କରାଯାଇଛି। ଏହି କମିଟି ଘଟଣାର ଅନୁଧ୍ୟାନ କରି OPCCକୁ ରିପୋର୍ଟ ଦେବ।

ସୂଚନା ଅନୁଯାୟୀ ମାର୍ଚ୍ଚ ୧୮ ତାରିଖ ଦିନ ଜଣେ ଯୁବତୀଙ୍କୁ ନିଶା ଦେଇ ଏକ ହୋଟେଲରେ ଦୁଷ୍କର୍ମ କରିଥିବା ମଞ୍ଚେଶ୍ବର ଥାନାରେ ଅଭିଯୋଗ ହୋଇଥିଲା। ତାଙ୍କୁ ମଞ୍ଚେଶ୍ୱର ପୋଲିସ ଗତକାଲି ରାତିରେ ଗିରଫ କରିଛି । ଜଣେ ୧୯ ବର୍ଷୀୟା ଛାତ୍ରୀଙ୍କୁ ମୃଦୁ ପାନୀୟରେ ନିଶା ଦେଇ ଦୁଷ୍କର୍ମ କରିଥିବା ଅଭିଯୋଗରେ ପୋଲିସ ଗିରଫ କରିଛି। ଆଜି ଉଦିତଙ୍କୁ କୋର୍ଟ ଚାଲାଣ କରିପାରେ ପୋଲିସ।
ମାର୍ଚ୍ଚ ୧୮ ତାରିଖରେ ପୀଡ଼ିତା ଜଣଙ୍କ ତାଙ୍କ ବାନ୍ଧବୀ ଓ ସହପାଠୀଙ୍କ ସହ ମିଶି ମାଷ୍ଟରକ୍ୟାଣ୍ଟିନ ଛକକୁ ବୁଲିବାକୁ ଯାଇଥିଲେ। ସେଠାରେ ସହପାଠୀ ଜଣଙ୍କ ଉଦିତ ପ୍ରଧାନଙ୍କୁ ସେମାନଙ୍କ ସହ ପରିଚିତ କରାଇଥିଲେ । ଏହାପରେ ଉଦିତଙ୍କ ଗାଡ଼ିରେ ନୂଆପଲ୍ଲୀ ସ୍ଥିତ ଏକ ହୋଟେଲକୁ ଯାଇଥିଲେ ।
ସେଠାରେ ଉଦିତ୍ ତାଙ୍କୁ ଥଣ୍ଡା ପାନୀୟରେ ନିଶା ଦେଇ ଅଚେତ କରିବା ପରେ ହୋଟେଲର ଏକ ରୁମରେ ଦୁଷ୍କର୍ମ କରିଥିଲେ। ଏପରିକି, ଏ ସମ୍ପର୍କରେ କାହାରିକୁ କିଛି ନକହିବା ପାଇଁ ଉଦିତ ଧମକ ଦେଇଥିବା ଅଭିଯୋଗ ହୋଇଛି । ପୀଡିତା ଜଣକ ଜୁଲାଇ ୨୦ ତାରିଖ ରାତି ୮.୩୦ ରେ ଏ ସମ୍ପର୍କରେ ଥାନାରେ ଅଭିଯୋଗ କରିଥିଲେ। ଦୁଷ୍କର୍ମ ଅଭିଯୋଗ କରିବାର ତୁରନ୍ତ କିଛି ସମୟ ପରେ ଅର୍ଥାତ୍ ଗତକାଲି ବିଳମ୍ବିତ ରାତିରେ ମଞ୍ଚେଶ୍ବର ଥାନା ପୋଲିସ ଉଦିତଙ୍କୁ ଉଠାଇ ନେଇଥିଲା ।
Comments are closed.