ଭୁବନେଶ୍ବର: ଆଜି ଜାଗର,ଚଳଚଞ୍ଚଳ ପ୍ରମୁଖ ଶୈବପୀଠ । ରାଜ୍ୟର ତିନି ପ୍ରମୁଖ ଶୈବପୀଠ ଶ୍ରୀଲିଙ୍ଗରାଜ ମନ୍ଦିର, ଧବଳେଶ୍ୱର, ଲୋକନାଥ ମନ୍ଦିରରେ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ ଗହଳି ଦେଖିବାକୁ ମିଳିଛି । ଧାଡିରେ ଛିଡ଼ା ହୋଇ ଓମ୍ ନମଃ ଶିବାୟ କହୁଛନ୍ତି ଭକ୍ତ । ଓଁ ନମଃ ଶିବାୟ ଧ୍ୱନିରେ ପ୍ରକମ୍ପିତ ପରିବେଶ । ଶ୍ରଦ୍ଧାଳୁ କିପରି ଶାନ୍ତିଶୃଙ୍ଖଳାର ସହ ବାବାଙ୍କୁ ଦର୍ଶନ କରିବେ ଓ ଦୀପ ଜାଳିବେ, ସେ ନେଇ ବିଭିନ୍ନ ଶୈବପୀଠରେ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଆଜି ମହାଦେବଙ୍କ ଦର୍ଶନ କରିବାକୁ କାହିଁ କେତେ ଦୂରରୁ ଧାଇଁ ଆସିଛନ୍ତି ଭକ୍ତ । ଲିଙ୍ଗରାଜ ମନ୍ଦିରରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ନିର୍ଦ୍ଧାରିତ ସମୟ ରାତି ୧୦ଟାରେ ମହାଦୀପ ଉଠିବା ନେଇ ନିଷ୍ପତ୍ତିି ହୋଇଛି । ଭକ୍ତଙ୍କ ଦର୍ଶନ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି କମିସନରେଟ୍ ପୋଲିସ ପକ୍ଷରୁ ମଧ୍ୟ କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟ ଗ୍ରହଣ କରାଯାଇଛି । ୪ଟି ସିଫ୍ଟରେ ପୋଲିସ ସମ୍ପୂର୍ଣ୍ଣ ସ୍ଥାନ ଜଗିବେ ବୋଲି ଡିସିପି ପ୍ରତୀକ ସିଂହ ସୂଚନା ଦେଇଛନ୍ତି । ୫ ଅତିରିକ୍ତ ଡିସିପି, ୧୪ ଏସିପି, ୨୧ଜଣ ଆଇଆଇସି, ୮୪ ଜଣ ଏସ୍ଆଇ ଓ ଏଏସଆଇ ଓ ୯୩ ସେକ୍ସନ୍ ଫୋର୍ସଙ୍କ ଉପରେ ରହିବ ଜାଗର ସୁରକ୍ଷା ବ୍ୟବସ୍ଥା ।
BREAKING NEWS
- ଏପ୍ରିଲ ୧ରୁ ବଦଳିବ ନନ୍ଦନକାନନର ସମୟ ନିର୍ଘଣ୍ଟ, ପ୍ରତି ସୋମବାର ବନ୍ଦ ରହିବ ଉଭୟ ଉଦ୍ୟାନ
- ସରେଣ୍ଡର କଲେ ଦୁଇ ହାର୍ଡକୋର ମାଓବାଦୀ
- ଜୁନ ୨୬ରେ ଟିମ ଇଣ୍ଡିଆ ପକ୍ଷରୁ ପଦାର୍ପଣ ମ୍ୟାଚ ଖେଳି ପାରନ୍ତି ବୈଭବ
- ଦୀର୍ଘ ବର୍ଷ ପରେ ଚେନ୍ନାଇ ବିପକ୍ଷରେ ଖେଳିଲେ ଜାଡେଜା, ଲୋଗୋକୁ ଦେଖି ହେଲେ ଭାବପ୍ରବଣ
- ବଡ଼ ଘୋଷଣା-ବଡ଼ ପ୍ରଚାର, ଦାୟିତ୍ୱ ଶୂନ୍ୟ: ସରକାରଙ୍କୁ ରାହୁଲଙ୍କ ସମାଲୋଚନା
- ୧ ଏପ୍ରିଲରୁ ଟୋଲ୍ ପ୍ଲାଜାରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ କ’ଣ କରିବାକୁ ପଡ଼ିବ?
- ଓଡିଶାକୁ ଆଉ ନାହିଁ ମାଓ ବିପଦ
- Congress’s ‘miracle’ dig at Amit Shah: ଅମିତ ଶାହଙ୍କ ଭାଷଣ ନେଇ କଟାକ୍ଷ କଲା କଂଗ୍ରେସ, କହିଲା, ‘୯୦ ମିନିଟର ଚିତ୍କାର…ଚମତ୍କାର…’
- ଯାଜପୁର ପୋଲିସ୍ ଦ୍ୱାରା “ଇ-ମିତ୍ର” ଚାଟ୍ବୋଟ୍ର ଶୁଭାରମ୍ଭ
- ସେପ୍ଟିକ ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୨ ଶ୍ରମିକ ମୃତ
Comments are closed.