ଭୁବନେଶ୍ୱର: ବ୍ରିଟେନର କରୋନାର ନୂଆ ଷ୍ଟ୍ରେନ ଚିହ୍ନଟ ଏବଂ ଭୁବନେଶ୍ୱରରେ ଜଣେ ବ୍ରିଟେନ୍ ଫେରନ୍ତା ପଜିଟିଭ୍ ଚିହ୍ନଟ ପରେ ପ୍ରତିକ୍ରିୟା ରଖିଛନ୍ତି ଡିଏମଇଟି ସିବିକେ ମହାନ୍ତି । ସେ କହିଛନ୍ତି, ବ୍ରିଟେନ୍ ଫେରନ୍ତାଙ୍କ ଉପରେ ନଜର ରଖାଯାଇଛି । ଷ୍ଟ୍ରେନ ସମ୍ପର୍କରେ ଅନୁଧ୍ୟାନ ଚାଲିଛି । ପୂର୍ବ କରନା ରୋଗୀଙ୍କ ଭଳି ଲକ୍ଷଣ ସମାନ ରହିଛି ।
ବିଶେଷଜ୍ଞଙ୍କ ମତରେ, ନୂଆ ଷ୍ଟ୍ରେନରେ ସଂକ୍ରମଣ ଅଧିକ ରହୁଛି । କିନ୍ତୁ ବ୍ରିଟେନର ପୂର୍ବ ତିନି ମାସର ସଂକ୍ରମଣ ହାର ଦେଖିଲେ ସେମିତି କିଛି ପ୍ରତିଫଳିତ ହେଉନି । କିନ୍ତୁ ଆମକୁ ଅଧିକ ସତର୍କ ରହିବାକୁ ପଡିବ ବୋଲି ଡିଏମଇଟି ସିବିକେ ମହାନ୍ତି କହିଛନ୍ତି ।
ବ୍ରିଟେନ ଫେରନ୍ତା ସଂକ୍ରମିତଙ୍କ ଜେନେଟିକ ଆନାଲିସିସ ହେବ । ଏହି ବ୍ୟକ୍ତିଙ୍କ ଠାରେ ନୂଆ ଷ୍ଟ୍ରେନ ଅଛି କି ନାହିଁ ନ ଜାଣିଲା ପର୍ୟ୍ୟନ୍ତ କିଛି ଭୟଭୀତ ହେବାର ଆବଶ୍ୟକତା ନାହିଁ । ଏହାକୁ ଦ୍ଵିତୀୟ ୱେଭ କୁହାଯାଇ ପାରିବନି ବୋଲି ସେ କହିଛନ୍ତି ।
Comments are closed.