Latest Odisha News

BREAKING NEWS

ଅସହ୍ୟ ଖରା; ଦେବଗଡ଼ରେ ସ୍କୁଲ ଛୁଟି ଘୋଷଣା, ୨୦ରୁ ୨୩ ଯାଏଁ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ

ଦେବଗଡ଼: ରାଜ୍ୟରେ କଲବଲ କରୁଛି ତାତି । ଅସହ୍ୟ ଖରାକୁ ନଜରରେ ରଖି ଦେବଗଡ଼ ଜିଲ୍ଲାରେ ମଧ୍ୟ ୨୦ ରୁ ୨୩ ପର୍ଯ୍ୟନ୍ତ ସ୍କୁଲ୍, କଲେଜ ଛୁଟି ଘୋଷଣା । ଅଙ୍ଗନବାଡ଼ି କେନ୍ଦ୍ର ଓ ବୈଷୟିକ ଶିକ୍ଷାନୁଷ୍ଠାନ ବନ୍ଦ ନିର୍ଦ୍ଦେଶ । ଏଥିସହ ଦେବଗଡ଼ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ମିଳିଥିବାରୁ ଛୁଟି ଘୋଷଣା ଦେଲେ ଜିଲ୍ଲାପାଳ ।

ଦେବଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାପାଳ କବିନ୍ଦ୍ର କୁମାର ସାହୁଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲାର ସମସ୍ତ ବିଦ୍ୟାଳୟକୁ ଆସନ୍ତା ୪ ଦିନ ପାଇଁ ବନ୍ଦ ରଖିବାକୁ ଘୋଷଣା କରାଯାଇଛି । ଯଦି ପରୀକ୍ଷା ଥାଏ ତେବେ ସକାଳୁଆ କରିବାକୁ ଜାରି ହେଲା ନିର୍ଦ୍ଦେଶ ।

ଖରା ସମୟରେ କୋମଳମତି ଛାତ୍ରଛାତ୍ରୀମାନଙ୍କ ସ୍ୱାସ୍ଥ୍ୟ ଏବଂ ସୁରକ୍ଷାକୁ ପ୍ରାଥମିକତା ଦେଇ ଜିଲ୍ଲାପାଳ ଏହି ପ୍ରତିଷେଧକ ମୂଳକ ପଦକ୍ଷେପ ଗ୍ରହଣ କରିଛନ୍ତି । ଏହି ନିର୍ଦ୍ଦେଶକୁ କଡ଼ାକଡ଼ି ଭାବେ ପାଳନ କରିବା ପାଇଁ ସମସ୍ତ ବ୍ଲକ ଶିକ୍ଷା ଅଧିକାରୀ, ବିଦ୍ୟାଳୟର ପ୍ରଧାନଶିକ୍ଷକ ଓ ଶିକ୍ଷୟିତ୍ରୀମାନଙ୍କୁ ଅବଗତ କରାଯାଇଛି ।

ସେପଟେ ପ୍ରବଳ ଗରମ ଓ ଗୁଳୁଗୁଳିକୁ ନେଇ ବାଲେଶ୍ୱର, ଭଦ୍ରକ,ଯାଜପୁର, କେନ୍ଦ୍ରାପଡା,କଟକ, ଖୋର୍ଦ୍ଧା, ପୁରୀ ,ନୟାଗଡ, ଜଗତସିଂହପୁର,ଗଂଜାମ ଓ ଗଜପତି ଏହି ୧୧ ଜିଲ୍ଲାକୁ ଉଷ୍ମ ଓ ଆଦ୍ର ସ୍ଥିତି ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ମାଲକାନଗିରି , କୋରାପୁଟ ,ରାୟଗଡା, ଗଂଜାମ, ଗଜପତି ଓ କନ୍ଧମାଳ ଭଳି ୬ ଜିଲ୍ଲାକୁକୁ ବିଜୁଳି ଘଡଘଡି ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ଆସନ୍ତାକାଲି ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ବଲାଙ୍ଗୀର ଓ ନୂଆପଡା ଏହି ୫ ଜିଲ୍ଲାକୁ ହିଟଓ୍ୱେଭ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

Leave A Reply

Your email address will not be published.